< ଗୀତସଂହିତା 61 >
1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।
For the leader. On stringed instruments. Of David. Hear my cry, O God, be attentive to my prayer.
2 ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
From the ends of the earth I call unto you, when my heart is faint: lead me to the rock that is high above me.
3 କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
For you are a refuge to me, a strong tower in face of the foe.
4 ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
O to be guest in your tent forever, hiding beneath your sheltering wings! (Selah)
5 କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
For you, O God, do hear my vows, and grant the desires of those who fear you.
6 ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
Add many days to the life of the king; may his years endure throughout all generations.
7 ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
In the presence of God be he throned forever; may kindness and faithfulness watch over him.
8 ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
And I will sing praise to your name forever, paying my vows day after day.