< ଗୀତସଂହିତା 62 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଦାଉଦଙ୍କର ଗୀତ। ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
εἰς τὸ τέλος ὑπὲρ Ιδιθουν ψαλμὸς τῷ Δαυιδ οὐχὶ τῷ θεῷ ὑποταγήσεται ἡ ψυχή μου παρ’ αὐτοῦ γὰρ τὸ σωτήριόν μου
2 କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
καὶ γὰρ αὐτὸς θεός μου καὶ σωτήρ μου ἀντιλήμπτωρ μου οὐ μὴ σαλευθῶ ἐπὶ πλεῖον
3 ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
ἕως πότε ἐπιτίθεσθε ἐπ’ ἄνθρωπον φονεύετε πάντες ὡς τοίχῳ κεκλιμένῳ καὶ φραγμῷ ὠσμένῳ
4 ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। (ସେଲା)
πλὴν τὴν τιμήν μου ἐβουλεύσαντο ἀπώσασθαι ἔδραμον ἐν ψεύδει τῷ στόματι αὐτῶν εὐλογοῦσαν καὶ τῇ καρδίᾳ αὐτῶν κατηρῶντο διάψαλμα
5 ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
πλὴν τῷ θεῷ ὑποτάγηθι ἡ ψυχή μου ὅτι παρ’ αὐτοῦ ἡ ὑπομονή μου
6 କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
ὅτι αὐτὸς θεός μου καὶ σωτήρ μου ἀντιλήμπτωρ μου οὐ μὴ μεταναστεύσω
7 ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
ἐπὶ τῷ θεῷ τὸ σωτήριόν μου καὶ ἡ δόξα μου ὁ θεὸς τῆς βοηθείας μου καὶ ἡ ἐλπίς μου ἐπὶ τῷ θεῷ
8 ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। (ସେଲା)
ἐλπίσατε ἐπ’ αὐτόν πᾶσα συναγωγὴ λαοῦ ἐκχέετε ἐνώπιον αὐτοῦ τὰς καρδίας ὑμῶν ὁ θεὸς βοηθὸς ἡμῶν διάψαλμα
9 ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
πλὴν μάταιοι οἱ υἱοὶ τῶν ἀνθρώπων ψευδεῖς οἱ υἱοὶ τῶν ἀνθρώπων ἐν ζυγοῖς τοῦ ἀδικῆσαι αὐτοὶ ἐκ ματαιότητος ἐπὶ τὸ αὐτό
10 ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
μὴ ἐλπίζετε ἐπὶ ἀδικίαν καὶ ἐπὶ ἅρπαγμα μὴ ἐπιποθεῖτε πλοῦτος ἐὰν ῥέῃ μὴ προστίθεσθε καρδίαν
11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
ἅπαξ ἐλάλησεν ὁ θεός δύο ταῦτα ἤκουσα
12 ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
ὅτι τὸ κράτος τοῦ θεοῦ καὶ σοί κύριε τὸ ἔλεος ὅτι σὺ ἀποδώσεις ἑκάστῳ κατὰ τὰ ἔργα αὐτοῦ

< ଗୀତସଂହିତା 62 >