< ଗୀତସଂହିତା 64 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
達味詩歌,交與樂官。 天主,求您傾聽我哀訴的聲音,從仇敵的恐嚇中保全我生命。
2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
求您掩護我遠離惡人的陰險,使我脫免作奸犯科者的暴亂;
3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
他們磨礪自己的舌頭有如刀劍,他們吐出有毒的語言有如弓箭:
4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
暗地裏向無辜的人擊撾,肆無忌憚,突然將他刺殺。
5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
他們彼此激勵行惡,互相商議暗佈羅網;說:看見我們的究竟是誰?
6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
誰能查出我們的邪思﹖我們已作成精密陰謀,走近的人必墜入深溝。
7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍ ଆହତ ହେବେ।
但是,天主必要用箭射擊他們,他們必要突然身受創痕。
8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
他們的舌頭必使自己跌仆,凡見到他們的人都必搖頭。
9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
眾人要恐懼,要傳述天主的作為,他們也都要細心默思他的事跡。
10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
義人必要喜樂於上主,向他投靠,心地正直的人,必要因此而歡躍。