< ଗୀତସଂହିତା 64 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋʼ କାକୂକ୍ତିର ରବ ଶ୍ରବଣ କର; ଶତ୍ରୁ ଭୟରୁ ମୋʼ ଜୀବନ ରକ୍ଷା କର।
[For the Chief Musician. A Psalm by David.] Hear my voice, God, in my complaint. Preserve my life from fear of the enemy.
2 କୁକର୍ମକାରୀମାନଙ୍କ ଗୁପ୍ତ ମନ୍ତ୍ରଣାରୁ, ଅଧର୍ମାଚାରୀମାନଙ୍କ କଳହରୁ ମୋତେ ଲୁଚାଇ ରଖ;
Hide me from the conspiracy of the wicked, from the noisy crowd of the ones doing evil;
3 ସେମାନେ ଖଡ୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
who sharpen their tongue like a sword, and aim their arrows, deadly words,
4 ଏବଂ ଆପଣାମାନଙ୍କ କଟୁବାକ୍ୟରୂପ ତୀର ଲକ୍ଷ୍ୟ କରିଅଛନ୍ତି; ଯେପରି ସିଦ୍ଧ ଲୋକଙ୍କ ପ୍ରତି ଗୋପନରେ ନିକ୍ଷେପ କରି ପାରିବେ; ସେମାନେ ହଠାତ୍‍ ତାହା ପ୍ରତି ନିକ୍ଷେପ କରନ୍ତି ଓ ଭୟ କରନ୍ତି ନାହିଁ।
to shoot innocent men from ambushes. They shoot at him suddenly and fearlessly.
5 ସେମାନେ କୁସଂକଳ୍ପରେ ଆପଣା ଆପଣାକୁ ବଳିଷ୍ଠ କରନ୍ତି; ସେମାନେ ଗୋପନରେ ଫାନ୍ଦ ପାତିବାକୁ କଥାବାର୍ତ୍ତା କରନ୍ତି; ସେମାନେ କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖିବ?”
They encourage themselves in evil plans. They talk about laying snares secretly. They say, "Who will see them?"
6 ସେମାନେ ଅଧର୍ମ କଳ୍ପନା କରନ୍ତି; “ଆମ୍ଭେମାନେ ଯତ୍ନପୂର୍ବକ କଳ୍ପନା ସିଦ୍ଧ କରିଅଛୁ” ବୋଲି ସେମାନେ କହନ୍ତି; ଆଉ, ପ୍ରତ୍ୟେକର ଆନ୍ତରିକ ଭାବ ଓ ହୃଦୟ ଗଭୀର।
They plot injustice; they hide a well-conceived plan. Surely man's mind and heart are cunning.
7 ମାତ୍ର ପରମେଶ୍ୱର ସେମାନଙ୍କ ପ୍ରତି ତୀର ନିକ୍ଷେପ କରିବେ; ସେଥିରେ ସେମାନେ ହଠାତ୍‍ ଆହତ ହେବେ।
But God will shoot at them. They will be suddenly struck down with an arrow.
8 ଏହିରୂପେ ସେମାନେ ନିପାତିତ ହେବେ, ସେମାନଙ୍କ ନିଜ ଜିହ୍ୱା ସେମାନଙ୍କର ବିପକ୍ଷ ହେବ; ସେମାନଙ୍କୁ ଦେଖିବା ଲୋକ ସମସ୍ତେ ମୁଣ୍ଡ ହଲାଇବେ;
Their own tongues shall ruin them. All who see them will shake their heads.
9 ପୁଣି, ସକଳ ମନୁଷ୍ୟ ଭୟ କରିବେ, ସେମାନେ ପରମେଶ୍ୱରଙ୍କ କର୍ମ ପ୍ରକାଶ କରିବେ ଓ ତାହାଙ୍କର କ୍ରିୟା ସୁବିବେଚନା କରିବେ।
All humankind shall be afraid. They shall declare the work of God, and shall wisely ponder what he has done.
10 ଧାର୍ମିକ ଲୋକ ସଦାପ୍ରଭୁଙ୍କଠାରେ ଆନନ୍ଦ କରିବ ଓ ତାହାଙ୍କର ଶରଣାଗତ ହେବ। ପୁଣି, ସରଳାନ୍ତଃକରଣ ସମସ୍ତେ ସଦାପ୍ରଭୁଙ୍କଠାରେ ପ୍ରଶଂସା କରିବେ।
The righteous shall be glad in the LORD, and shall take refuge in him. All the upright in heart shall praise him.

< ଗୀତସଂହିତା 64 >