< ଗୀତସଂହିତା 65 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ। ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ।
For the Leader. A Psalm. A Song of David. Praise waiteth for Thee, O God, in Zion; and unto Thee the vow is performed.
2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
O Thou that hearest prayer, unto Thee doth all flesh come.
3 ଅପରାଧ ମୋʼ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
The tale of iniquities is too heavy for me; as for our transgressions, Thou wilt pardon them.
4 ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
Happy is the man whom Thou choosest, and bringest near, that he may dwell in Thy courts; may we be satisfied with the goodness of Thy house, the holy place of Thy temple!
5 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
With wondrous works dost Thou answer us in righteousness, O God of our salvation; Thou the confidence of all the ends of the earth, and of the far distant seas;
6 ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
Who by Thy strength settest fast the mountains, who art girded about with might;
7 ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
Who stillest the roaring of the seas, the roaring of their waves, and the tumult of the peoples;
8 ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍ଗମକୁ ଆନନ୍ଦମୟ କରିଥାଅ।
So that they that dwell in the uttermost parts stand in awe of Thy signs; Thou makest the outgoings of the morning and evening to rejoice.
9 ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
Thou hast remembered the earth, and watered her, greatly enriching her, with the river of God that is full of water; Thou preparest them corn, for so preparest Thou her.
10 ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
Watering her ridges abundantly, settling down the furrows thereof, Thou makest her soft with showers; Thou blessest the growth thereof.
11 ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
Thou crownest the year with Thy goodness; and Thy paths drop fatness.
12 ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
The pastures of the wilderness do drop; and the hills are girded with joy.
13 ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।
The meadows are clothed with flocks; the valleys also are covered over with corn; they shout for joy, yea, they sing.

< ଗୀତସଂହିତା 65 >