< ଗୀତସଂହିତା 66 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Ha na hɛnɔ la. Mi anyigbawo katã mido ɣli, mitso aseye ɖe Mawu ŋu!
2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
Midzi eƒe ŋkɔ ƒe ŋutikɔkɔe ƒe ha; mikafu Mawu ƒe gãnyenye!
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।
Migblɔ na Mawu be, “Wò dɔwɔwɔwo dziŋɔ loo! Wò ŋusẽ tri akɔ ale gbegbe be, wò futɔwo de ta agu na wò.
4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”
Anyigba la katã de ta agu na wò, wole kafukafuha dzim na wò, wole kafukafuha dzim na wò ŋkɔ.” (Sela)
5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
Va, nàkpɔ nu si Mawu wɔ, ale si le amegbetɔwo ta wòwɔ ŋɔdzidɔ geɖewo!
6 ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
Etrɔ atsiaƒu wòzu anyigba ƒuƒui, wozɔ afɔ to tsi la titina; miva míatso aseye le eya amea me.
7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। (ସେଲା)
Ele fia ɖum kple eƒe ŋusẽ tegbee, eƒe ŋku le dukɔwo ta kpɔm, aglãdzela aɖeke megatso ɖe eŋuti o. (Sela)
8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
O! Mi dukɔwo, mikafu míaƒe Mawu la; mina eƒe kafukafu nade dzi woase.
9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
Eyae kpɔ míaƒe agbe ta, eye mena míaƒe afɔ ɖiɖi o.
10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
Elabena O Mawu, wòe do mí kpɔ, wòe lolõ mí abe klosalo ene.
11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
Wòe de mí gaxɔ me, eye nèdo agba ɖe megbe na mí.
12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
Èna amewo zɔ míaƒe ta dzi, eye míeto dzo me kple tɔ me, gake èkplɔ mí va anyigba si dzi nuwo do agbogbo ɖo fũu.
13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Mava wò gbedoxɔ me kple numevɔsa, eye maxe nye adzɔgbeɖefewo na wò,
14 ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
adzɔgbe siwo nye nuyi ɖe, eye nye nu ɖe gbeƒã wo, esi meɖo xaxa me.
15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। (ସେଲା)
Matsɔ lã damiwo kple agbowo asa numevɔe na wò, hekpe ɖe nyitsuwo kple gbɔ̃wo ŋuti. (Sela)
16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
Miva se, mí ame siwo katã vɔ̃a Mawu; mina magblɔ nu siwo wòwɔ nam la na mi.
17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
Metsɔ nye nu do ɣli nɛ, eƒe kafukafu le nye aɖe dzi.
18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
Ɖe mena nɔƒe nu vɔ̃ le nye dzi me la, ne Aƒetɔ la meɖo tom o,
19 ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
gake Mawu ɖo tom vavã, eye wòse nye gbe le gbedodoɖa me.
20 ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।
Woakafu Mawu, ame si medo toku nye gbedodoɖa, alo te eƒe lɔlɔ̃ ɖa le gbɔnye o!