< ଗୀତସଂହିତା 66 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Don mai bi da kaɗe-kaɗe. Zabura ta Dawuda. Waƙa. Zabura. Ku yi sowa ta farin ciki ga Allah, dukan duniya!
2 ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
Ku rera ɗaukaka ga sunansa; ku sa yabonsa yă zama da ɗaukaka!
3 ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।
Ku ce wa Allah, “Ayyukanka da banmamaki suke! Ikonka da girma yake har abokan gābanka suna durƙusa a gabanka.
4 ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।”
Dukan duniya sun rusuna a gabanka suna rera yabo gare ka, suna rera yabo ga sunanka.” (Sela)
5 ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
Ku zo ku ga abin da Allah ya yi, ayyukansa masu banmamaki a madadin mutum!
6 ସେ ସମୁଦ୍ରକୁ ଶୁଷ୍କ ଭୂମି କଲେ; ଲୋକମାନେ ନଦୀ ମଧ୍ୟଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
Ya juya teku zuwa busasshiyar ƙasa, sun wuce cikin ruwaye da ƙafa, ku zo, mu yi farin ciki a cikinsa.
7 ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। (ସେଲା)
Yana mulki har abada ta wurin ikonsa, idanunsa suna duban al’ummai, kada’yan tawaye su tayar masa. (Sela)
8 ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
Ku yabi Allahnku, ya mutane, bari a ji ƙarar yabonsa;
9 ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
ya adana rayukanmu ya kuma kiyaye ƙafafunmu daga santsi.
10 କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
Gama kai, ya Allah, ka gwada mu; ka tace mu kamar azurfa.
11 ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
Ka kawo mu cikin kurkuku ka kuma jibga kaya masu nauyi a bayanmu.
12 ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
Ka bar mutane suka hau a kawunanmu; mun bi ta wuta da ruwa, amma ka kawo mu zuwa wurin yalwa.
13 ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
Zan zo haikalinka da hadayun ƙonawa zan kuwa cika alkawurana gare ka,
14 ମୋʼ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋʼ ମୁଖ ଯାହା କହିଅଛି, ମୋହର ସେହି ସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
alkawuran da leɓunana suka yi alkawari bakina kuma ya faɗa sa’ad da nake cikin wahala.
15 ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। (ସେଲା)
Zan miƙa kitsen dabbobi gare ka da kuma baye-baye na raguna; zan miƙa bijimai da awaki. (Sela)
16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
Ku zo ku saurara, dukanku waɗanda suke tsoron Allah; bari in faɗa muku abin da ya yi mini.
17 ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋʼ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
Na yi kuka gare shi da bakina; yabonsa yana a harshena.
18 ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋʼ କଥା ଶୁଣିବେ ନାହିଁ;
Da a ce na ji daɗin zunubi a zuciyata, da Ubangiji ba zai saurara ba;
19 ମାତ୍ର ନିଶ୍ଚୟ ପରମେଶ୍ୱର ମୋʼ କଥା ଶୁଣିଅଛନ୍ତି, ସେ ମୋʼ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
amma tabbatacce Allah ya saurara ya kuma ji muryata a cikin addu’a.
20 ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋʼ ଠାରୁ ଆପଣା ଦୟା ଦୂର କରି ନାହାନ୍ତି।
Yabo ga Allah, wanda bai ƙi addu’ata ba ko yă janye ƙaunarsa daga gare ni!