< ଗୀତସଂହିତା 67 >

1 ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। (ସେଲା)
Dios haya misericordia de nosotros, y nos bendiga: haga resplandecer su rostro sobre nosotros. (Selah)
2 ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।
Para que conozcamos en la tierra tu camino, en todas las naciones tu salud.
3 ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
Alábente los pueblos, o! Dios, alábente todos los pueblos.
4 ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। (ସେଲା)
Alégrense, y regocíjense las naciones, cuando juzgares los pueblos con equidad: y pastoreares las naciones en la tierra. (Selah)
5 ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।
Alábente los pueblos, o! Dios, alábente todos los pueblos.
6 ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।
La tierra dará su fruto: bendecirnos ha el Dios, nuestro Dios.
7 ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।
Bendíganos Dios, y témanle todos los términos de la tierra.

< ଗୀତସଂହିତା 67 >