< ଗୀତସଂହିତା 68 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ।
למנצח לדוד מזמור שיר ב יקום אלהים יפוצו אויביו וינוסו משנאיו מפניו
2 ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।
כהנדף עשן תנדף כהמס דונג מפני-אש-- יאבדו רשעים מפני אלהים
3 ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
וצדיקים--ישמחו יעלצו לפני אלהים וישישו בשמחה
4 ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
שירו לאלהים-- זמרו שמו סלו לרכב בערבות--ביה שמו ועלזו לפניו
5 ପରମେଶ୍ୱର ଆପଣା ପବିତ୍ର ବାସ ସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା ଅଟନ୍ତି।
אבי יתומים ודין אלמנות-- אלהים במעון קדשו
6 ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କ ଭୂମିରେ ବାସ କରନ୍ତି।
אלהים מושיב יחידים ביתה-- מוציא אסירים בכושרות אך סוררים שכנו צחיחה
7 ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, (ସେଲା)
אלהים--בצאתך לפני עמך בצעדך בישימון סלה
8 ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
ארץ רעשה אף-שמים נטפו-- מפני אלהים זה סיני-- מפני אלהים אלהי ישראל
9 ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
גשם נדבות תניף אלהים נחלתך ונלאה אתה כוננתה
10 ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
חיתך ישבו-בה תכין בטובתך לעני אלהים
11 ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
אדני יתן-אמר המבשרות צבא רב
12 ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
מלכי צבאות ידדון ידדון ונות-בית תחלק שלל
13 ଯେଉଁ କପୋତର ହରିତ୍‍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ?
אם-תשכבון בין שפתים כנפי יונה נחפה בכסף ואברותיה בירקרק חרוץ
14 ସଲମୋନ୍‍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
בפרש שדי מלכים בה-- תשלג בצלמון
15 ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
הר-אלהים הר-בשן הר גבננים הר-בשן
16 ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
למה תרצדון-- הרים גבננים ההר--חמד אלהים לשבתו אף-יהוה ישכן לנצח
17 ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
רכב אלהים רבתים אלפי שנאן אדני בם סיני בקדש
18 ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
עלית למרום שבית שבי-- לקחת מתנות באדם ואף סוררים לשכן יה אלהים
19 ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। (ସେଲା)
ברוך אדני יום יום יעמס-לנו--האל ישועתנו סלה
20 ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
האל לנו אל למושעות וליהוה אדני--למות תצאות
21 ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
אך-אלהים--ימחץ ראש איביו קדקד שער--מתהלך באשמיו
22 ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
אמר אדני מבשן אשיב אשיב ממצלות ים
23 ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
למען תמחץ רגלך--בדם לשון כלביך--מאיבים מנהו
24 ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍‍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
ראו הליכותיך אלהים הליכות אלי מלכי בקדש
25 ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।
קדמו שרים אחר נגנים בתוך עלמות תופפות
26 ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
במקהלות ברכו אלהים אדני ממקור ישראל
27 କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
שם בנימן צעיר רדם--שרי יהודה רגמתם שרי זבלון שרי נפתלי
28 ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।
צוה אלהיך עזך עוזה אלהים--זו פעלת לנו
29 ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
מהיכלך על-ירושלם-- לך יובילו מלכים שי
30 ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
גער חית קנה עדת אבירים בעגלי עמים-- מתרפס ברצי-כסף בזר עמים קרבות יחפצו
31 ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
יאתיו חשמנים מני מצרים כוש תריץ ידיו לאלהים
32 ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; (ସେଲା)
ממלכות הארץ שירו לאלהים זמרו אדני סלה
33 ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
לרכב בשמי שמי-קדם-- הן יתן בקולו קול עז
34 ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
תנו עז לאלהים על-ישראל גאותו ועזו בשחקים
35 ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।
נורא אלהים ממקדשיך אל ישראל-- הוא נתן עז ותעצמות לעם ברוך אלהים

< ଗୀତସଂହିତା 68 >