< ଗୀତସଂହିତା 69 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ପରମେଶ୍ୱର, ମୋତେ ପରିତ୍ରାଣ କର; କାରଣ ମୋʼ ବେକ ପର୍ଯ୍ୟନ୍ତ ଜଳରାଶି ଆସିଅଛି।
Don mai bi da kaɗe-kaɗe. Da muryar “Lilin.” Ta Dawuda. Ka cece ni, ya Allah, gama ruwa ya kai wuyata
2 ମୁଁ ଗଭୀର ପଙ୍କରେ ବୁଡ଼ି ଯାଉଅଛି, ମୋହର ଛିଡ଼ା ହେବାର ସ୍ଥାନ ନାହିଁ; ମୁଁ ଗଭୀର ଜଳରାଶିରେ ଉପସ୍ଥିତ ହୋଇଅଛି, ପ୍ଲାବନ ମୋʼ ଉପର ଦେଇ ଯାଉଅଛି।
Na nutse cikin laka mai zurfi, inda babu wurin tsayawa. Na shiga cikin ruwaye masu zurfi; rigyawa ya sha kaina.
3 ମୁଁ ଡାକୁ ଡାକୁ କ୍ଳାନ୍ତ ହୁଏ; ମୋହର କଣ୍ଠ ଶୁଷ୍କ ହୋଇଅଛି; ମୁଁ ପରମେଶ୍ୱରଙ୍କର ଅପେକ୍ଷା କରୁ କରୁ ମୋହର ଚକ୍ଷୁ ନିସ୍ତେଜ ହୁଏ।
Na gaji da kira ina neman taimako; maƙogwarona ya bushe idanuna sun dushe, suna neman Allahna.
4 ଅକାରଣରେ ମୋତେ ଘୃଣା କରିବା ଲୋକେ ମୋʼ ମସ୍ତକର କେଶଠାରୁ ଅନେକ; ଯେଉଁମାନେ ଅନ୍ୟାୟରେ ମୋହର ଶତ୍ରୁ ହୋଇ ମୋତେ ଉଚ୍ଛିନ୍ନ କରିବାକୁ ଇଚ୍ଛା କରନ୍ତି, ସେମାନେ ବଳବାନ; ତେଣୁ ମୁଁ ଯାହା ଅପହରଣ କଲି ନାହିଁ, ତାହା ଫେରାଇ ଦେଲି।
Waɗanda suke ƙina ba dalili sun fi gashin kaina yawa; da yawa ne abokan gābana babu dalili, su da suke nema su hallaka ni. An tilasta mini in mayar da abin da ban sata ba.
5 ହେ ପରମେଶ୍ୱର, ତୁମ୍ଭେ ମୋହର ମୂଢ଼ତା ଜାଣୁଅଛ; ଆଉ, ମୋହର ପାପସବୁ ତୁମ୍ଭଠାରୁ ଗୁପ୍ତ ନୁହେଁ।
Ka san wautata, ya Allah; laifina ba a ɓoye yake daga gare ka ba.
6 ହେ ପ୍ରଭୋ, ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଅନୁସରଣକାରୀମାନେ ମୋʼ ଦେଇ ଲଜ୍ଜିତ ନ ହେଉନ୍ତୁ; ହେ ଇସ୍ରାଏଲର ପରମେଶ୍ୱର, ତୁମ୍ଭର ଅନ୍ୱେଷଣକାରୀମାନେ ମୋʼ ଦେଇ ଅପମାନିତ ନ ହେଉନ୍ତୁ।
Bari waɗanda suke sa zuciya gare ka kada su sha kunya saboda ni, Ya Ubangiji, Ubangiji Maɗaukaki; bari waɗanda suke neman ka kada su sha kunya saboda ni, Ya Allah na Isra’ila.
7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋʼ ମୁଖ ଆଚ୍ଛାଦନ କରିଅଛି।
Gama na jimre da ba’a saboda kai, kunya kuma ta rufe fuskata.
8 ମୁଁ ଆପଣା ଭ୍ରାତୃଗଣ ପ୍ରତି ଅଜଣା ଓ ମାତୃସନ୍ତାନଗଣ ପ୍ରତି ବିଦେଶୀ ହୋଇଅଛି।
Ni baƙo ne a cikin’yan’uwana, bare kuma ga’ya’yan mahaifiyata maza;
9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।
gama himma da nake yi wa gidanka yana ƙunata, kuma zagi na masu zaginka yana fāɗuwa a kaina.
10 ମୁଁ ରୋଦନ କଲେ ଓ ଉପବାସ ଦ୍ୱାରା ଆପଣା ପ୍ରାଣକୁ କ୍ଳେଶ ଦେଲେ, ତାହା ମୋʼ ନିନ୍ଦାର ବିଷୟ ହେଲା।
Sa’ad da na yi kuka na kuma yi azumi dole in jimre da ba’a;
11 ମୁଁ ଚଟବସ୍ତ୍ରକୁ ଆପଣାର ପରିଧେୟ କଲେ, ସେମାନଙ୍କ ନିକଟରେ ପ୍ରବାଦ ସ୍ୱରୂପ ହେଲି।
sa’ad da na sanya rigunan makoki, mutane suna maishe ni abin dariya.
12 ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।
Masu zama a ƙofa suna mini ba’a, na zama waƙa a bakin bugaggu da giya.
13 ମାତ୍ର ହେ ସଦାପ୍ରଭୋ, ଗ୍ରାହ୍ୟ ସମୟରେ ମୋହର ପ୍ରାର୍ଥନା ତୁମ୍ଭଠାରେ ଅଛି; ହେ ପରମେଶ୍ୱର, ତୁମ୍ଭ ଦୟାର ବାହୁଲ୍ୟରେ, ତୁମ୍ଭ ପରିତ୍ରାଣର ସତ୍ୟତାନୁସାରେ ମୋତେ ଉତ୍ତର ଦିଅ।
Amma na yi addu’a gare ka, ya Ubangiji, a lokacin da ka ga dama; a cikin ƙaunarka mai girma, ya Allah, ka amsa mini da tabbacin ceto.
14 ପଙ୍କରୁ ମୋତେ ଉଦ୍ଧାର କର ଓ ମୋତେ ମଗ୍ନ ହେବାକୁ ଦିଅ ନାହିଁ; ମୁଁ ଆପଣା ଘୃଣାକାରୀମାନଙ୍କଠାରୁ ଓ ଗଭୀର ଜଳରାଶିରୁ ଉଦ୍ଧାର ପ୍ରାପ୍ତ ହୁଏ।
Ka fid da ni daga laka, kada ka bari in nutse; ka cece ni daga waɗanda suke ƙina, daga rurin ruwaye.
15 ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋʼ ଉପରେ ଆପଣା ମୁଖ ବନ୍ଦ ନ କରୁ।
Kada ka bar rigyawa yă sha kaina ko zurfafa su haɗiye ni ko rami yă rufe bakinsa a kaina.
16 ହେ ସଦାପ୍ରଭୋ, ମୋତେ ଉତ୍ତର ଦିଅ; କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଉତ୍ତମ; ତୁମ୍ଭ କୃପାର ବାହୁଲ୍ୟାନୁସାରେ ମୋʼ ପ୍ରତି ଫେର।
Ka amsa mini, ya Ubangiji cikin alherin ƙaunarka; cikin jinƙanka mai girma ka juyo gare ni.
17 ଆଉ, ତୁମ୍ଭ ଦାସଠାରୁ ଆପଣା ମୁଖ ଲୁଚାଅ ନାହିଁ; କାରଣ ମୁଁ ସଙ୍କଟରେ ଅଛି; ଶୀଘ୍ର ମୋତେ ଉତ୍ତର ଦିଅ।
Kada ka ɓoye fuskarka daga bawanka; ka amsa mini da sauri, gama ina cikin wahala.
18 ମୋʼ ପ୍ରାଣର ନିକଟବର୍ତ୍ତୀ ହୋଇ ତାହାକୁ ମୁକ୍ତ କର; ମୋʼ ଶତ୍ରୁଗଣ ସକାଶୁ ମୋତେ ମୂଲ୍ୟରେ ମୁକ୍ତ କର।
Ka zo kusa ka kuɓutar da ni; ka fanshe ni saboda maƙiyana.
19 ତୁମ୍ଭେ ମୋହର ନିନ୍ଦା ଓ ମୋହର ଲଜ୍ଜା ଓ ମୋହର ଅପମାନ ଜାଣୁଅଛ; ମୋହର ବିପକ୍ଷ ସମସ୍ତେ ତୁମ୍ଭ ସମ୍ମୁଖରେ ଅଛନ୍ତି।
Ka san yadda ake mini ba’a, ake kunyatar da ni da kuma yadda nake shan kunya; dukan abokan gābana suna a gabanka.
20 ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।
Ba’a ta sa zuciyata ta karai ta bar ni ba mataimaki; Na nemi a ji tausayina, amma ban sami ko ɗaya ba, na nemi masu ta’aziyya, amma ban sami ko ɗaya ba.
21 ଆହୁରି, ସେମାନେ ଖାଦ୍ୟ ନିମନ୍ତେ ମୋତେ ବିଷମୟ ଦ୍ରବ୍ୟ ଦେଲେ ଓ ମୋହର ତୃଷା ସମୟରେ ପାନ କରିବା ପାଇଁ ମୋତେ ଅମ୍ଳରସ ଦେଲେ।
Sun sa abin ɗaci cikin abincina suka kuma ba ni ruwan inabi mai tsami sa’ad da nake jin ƙishi.
22 ସେମାନଙ୍କ ମେଜ ସେମାନଙ୍କ ସମ୍ମୁଖରେ ଫାନ୍ଦ ସ୍ୱରୂପ ଓ ସେମାନେ ଶାନ୍ତିରେ ଥିବା ବେଳେ ତାହା ସେମାନଙ୍କର ଫାଶ ସ୍ୱରୂପ ହେଉ।
Bari teburin da aka shirya a gabansu yă zama musu tarko; bari yă zama sakamakon laifi da kuma tarko.
23 ସେମାନେ ଯେପରି ଦେଖି ନ ପାରିବେ, ଏଥିପାଇଁ ସେମାନଙ୍କର ଚକ୍ଷୁ ଅନ୍ଧାରଗ୍ରସ୍ତ ହେଉ ଓ ସେମାନଙ୍କ କଟିଦେଶକୁ ନିତ୍ୟ କମ୍ପଯୁକ୍ତ କର।
Bari idanunsu yă dushe don kada su gani, bayansu kuma yă tanƙware har abada.
24 ତୁମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳିଦିଅ ଓ ତୁମ୍ଭ କ୍ରୋଧର ପ୍ରଚଣ୍ଡତା ସେମାନଙ୍କୁ ଧରୁ।
Ka kwarara fushinka a kansu; bari fushinka mai zafi yă ci musu.
25 ସେମାନଙ୍କର ବସତି ସ୍ଥାନ ଶୂନ୍ୟ ହେଉ; ସେମାନଙ୍କ ତମ୍ବୁରେ କେହି ବାସ ନ କରୁ।
Bari wurinsu yă zama kufai; kada ka bar wani yă zauna a tentunansu.
26 କାରଣ ସେମାନେ ତୁମ୍ଭର ପ୍ରହାରିତ ବ୍ୟକ୍ତିଙ୍କୁ ତାଡ଼ନା କରନ୍ତି ଓ ତୁମ୍ଭ ଆହତ ଲୋକମାନଙ୍କ ଦୁଃଖ ବର୍ଣ୍ଣନା କରନ୍ତି।
Gama sun tsananta wa waɗanda ka hukunta suna kuma taɗin wahalar waɗanda ka ji musu rauni.
27 ସେମାନଙ୍କ ଅପରାଧରେ ଅପରାଧ ଯୋଗ କର ଓ ସେମାନେ ତୁମ୍ଭ ଧାର୍ମିକତାର ଅଂଶୀ ନ ହେଉନ୍ତୁ।
Ka neme su da laifi a kan laifi; kada ka bar su su sami rabo a cikin cetonka.
28 ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।
Bari a shafe su sarai daga littafin rai kada a kuma lissafta su tare da adalai.
29 ମାତ୍ର ମୁଁ ଦୁଃଖୀ ଓ ଶୋକାକୁଳ ଅଟେ; ହେ ପରମେଶ୍ୱର, ତୁମ୍ଭର ପରିତ୍ରାଣ ମୋତେ ଉଚ୍ଚରେ ସ୍ଥାପନ କରୁ।
Ina cikin zafi da kuma azaba; bari cetonka, ya Allah, yă tsare ni.
30 ମୁଁ ଗୀତରେ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବି ଓ ଧନ୍ୟବାଦ ଦେଇ ତାହାଙ୍କର ଗୌରବ କରିବି।
Zan yabe sunan Allah cikin waƙa in kuma ɗaukaka shi tare wurin yin godiya.
31 ପୁଣି, ତାହା ଗୋରୁ ଅବା ଶୃଙ୍ଗ ଓ ଖୁରାଯୁକ୍ତ ବୃଷ ଅପେକ୍ଷା ସଦାପ୍ରଭୁଙ୍କର ତୁଷ୍ଟିକର ହେବ।
Wannan zai gamshi Ubangiji fiye da saniya, fiye da bijimi da ƙahoninsa da kuma kofatansa.
32 ନମ୍ର ଲୋକମାନେ ତାହା ଦେଖି ଆନନ୍ଦିତ ଅଛନ୍ତି; ହେ ପରମେଶ୍ୱରଙ୍କ ଅନ୍ୱେଷଣକାରୀଗଣ, ତୁମ୍ଭମାନଙ୍କ ଅନ୍ତଃକରଣ ସଜୀବ ହେଉ।
Matalauta za su gani su kuma yi murna, ku da kuke neman Allah, bari zukatanku su rayu!
33 କାରଣ ସଦାପ୍ରଭୁ ଦୀନହୀନମାନଙ୍କ କଥା ଶୁଣନ୍ତି ଓ ଆପଣା ବନ୍ଦୀମାନଙ୍କୁ ତୁଚ୍ଛ କରନ୍ତି ନାହିଁ।
Ubangiji yakan ji masu bukata ba ya kuwa ƙyale kamammun mutanensa.
34 ଆକାଶ ଓ ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥସକଳ ଜଙ୍ଗମ ତାହାଙ୍କର ପ୍ରଶଂସା କରନ୍ତୁ।
Bari sama da ƙasa su yabe shi, tekuna da dukan abin da yake motsi a cikinsu,
35 କାରଣ ପରମେଶ୍ୱର ସିୟୋନକୁ ପରିତ୍ରାଣ କରିବେ ଓ ଯିହୁଦାର ନଗରସବୁ ନିର୍ମାଣ କରିବେ; ପୁଣି, ଲୋକମାନେ ସେଠାରେ ବାସ କରି ତାହା ଅଧିକାର କରିବେ।
gama Allah zai cece Sihiyona yă sāke gina biranen Yahuda. Sa’an nan mutane za su zauna a can su mallake ta,
36 ଆହୁରି, ତାହାଙ୍କ ଦାସମାନଙ୍କ ବଂଶ ତାହା ଭୋଗ କରିବେ; ଆଉ, ତାହାଙ୍କ ନାମର ସ୍ନେହକାରୀଗଣ ତହିଁ ମଧ୍ୟରେ ବାସ କରିବେ।
’ya’yan bayinsa za su gāje ta, waɗanda kuma suna ƙaunar sunansa za su zauna a can.