< ଗୀତସଂହିତା 7 >
1 ଦାଉଦଙ୍କର ଶିଗାୟୋନ, ଏହି ଗୀତ ସେ ବିନ୍ୟାମୀନୀୟ କୂଶର କଥା ବିଷୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିଥିଲେ। ହେ ସଦାପ୍ରଭୋ ମୋʼ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; ମୋʼ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର,
ベニヤミンびとクシのことについてダビデが主にむかってうたったシガヨンの歌 わが神、主よ、わたしはあなたに寄り頼みます。どうかすべての追い迫る者からわたしを救い、わたしをお助けください。
2 ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
さもないと彼らは、ししのように、わたしをかき裂き、助ける者の来ないうちに、引いて行くでしょう。
3 ହେ ସଦାପ୍ରଭୋ ମୋହର ପରମେଶ୍ୱର, ଯଦି ମୁଁ ଏହା କରିଥାଏ, ଯଦି ମୋʼ ହସ୍ତରେ ଅଧର୍ମ ଥାଏ;
わが神、主よ、もしわたしがこの事を行ったならば、もしわたしの手によこしまな事があるならば、
4 ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି);
もしわたしの友に悪をもって報いたことがあり、ゆえなく、敵のものを略奪したことがあるならば、
5 ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; ଆହୁରି, ସେ ମୋʼ ଜୀବନକୁ ଭୂମିରେ ଦଳି ପକାଉ, ପୁଣି, ମୋʼ ଗୌରବକୁ ଧୂଳିସାତ୍ କରୁ। (ସେଲା)
敵にわたしを追い捕えさせ、わたしの命を地に踏みにじらせ、わたしの魂をちりにゆだねさせてください。 (セラ)
6 ହେ ସଦାପ୍ରଭୋ, ଆପଣା କ୍ରୋଧରେ ଉଠ, ମୋʼ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ ମୋʼ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟବିଚାର କର।
主よ、怒りをもって立ち、わたしの敵の憤りにむかって立ちあがり、わたしのために目をさましてください。あなたはさばきを命じられました。
7 ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର।
もろもろの民をあなたのまわりにつどわせ、その上なる高みくらにおすわりください。
8 ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; ହେ ସଦାପ୍ରଭୋ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର।
主はもろもろの民をさばかれます。主よ、わたしの義と、わたしにある誠実とに従って、わたしをさばいてください。
9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
どうか悪しき者の悪を断ち、正しき者を堅く立たせてください。義なる神よ、あなたは人の心と思いとを調べられます。
10 ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି।
わたしを守る盾は神である。神は心の直き者を救われる。
11 ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର।
神は義なるさばきびと、日ごとに憤りを起される神である。
12 ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ ସେ ଆପଣା ଖଡ୍ଗ ଶାଣିତ କରିବେ; ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି।
もし人が悔い改めないならば、神はそのつるぎをとぎ、その弓を張って構え、
13 ସେ ମଧ୍ୟ ତାହା ପାଇଁ ମୃତ୍ୟୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି।
また死に至らせる武器を備え、その矢を火矢とされる。
14 ଦେଖ, ସେ ଅଧର୍ମରୂପ ପ୍ରସବବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।
見よ、悪しき者は邪悪をはらみ、害毒をやどし、偽りを生む。
15 ସେ କୂପ ଖୋଳି ଗଭୀର କରିଅଛି, ପୁଣି, ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି।
彼は穴を掘って、それを深くし、みずから作った穴に陥る。
16 ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ।
その害毒は自分のかしらに帰り、その強暴は自分のこうべに下る。
17 ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି।
わたしは主にむかって、その義にふさわしい感謝をささげ、いと高き者なる主の名をほめ歌うであろう。