< ଗୀତସଂହିତା 72 >
1 ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
所罗门的诗。 神啊,求你将判断的权柄赐给王, 将公义赐给王的儿子。
2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
他要按公义审判你的民, 按公平审判你的困苦人。
3 ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
大山小山都要因公义使民得享平安。
4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
他必为民中的困苦人伸冤, 拯救穷乏之辈, 压碎那欺压人的。
5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
太阳还存,月亮还在, 人要敬畏你,直到万代!
6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
他必降临,像雨降在已割的草地上, 如甘霖滋润田地。
7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
在他的日子,义人要发旺, 大有平安,好像月亮长存。
8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
他要执掌权柄,从这海直到那海, 从大河直到地极。
9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
住在旷野的,必在他面前下拜; 他的仇敌必要舔土。
10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
他施和海岛的王要进贡; 示巴和西巴的王要献礼物。
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
诸王都要叩拜他; 万国都要事奉他。
12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
因为,穷乏人呼求的时候,他要搭救; 没有人帮助的困苦人,他也要搭救。
13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
他要怜恤贫寒和穷乏的人, 拯救穷苦人的性命。
14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
他要救赎他们脱离欺压和强暴; 他们的血在他眼中看为宝贵。
15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
他们要存活。 示巴的金子要奉给他; 人要常常为他祷告,终日称颂他。
16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
在地的山顶上,五谷必然茂盛; 所结的谷实要响动,如黎巴嫩的树林; 城里的人要发旺,如地上的草。
17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
他的名要存到永远, 要留传如日之久。 人要因他蒙福; 万国要称他有福。
18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;
独行奇事的耶和华—以色列的 神 是应当称颂的!
19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍, ଆମେନ୍।
他荣耀的名也当称颂,直到永远。 愿他的荣耀充满全地! 阿们!阿们!
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।
耶西的儿子—大卫的祈祷完毕。