< ଗୀତସଂହିତା 72 >

1 ଶଲୋମନଙ୍କର ଗୀତ। ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।
Mpe mfalme amri ya haki yako, Mungu, haki yako kwa wana wa mfalme.
2 ସେ ଧର୍ମରେ ତୁମ୍ଭ ଲୋକମାନଙ୍କର ଓ ନ୍ୟାୟରେ ତୁମ୍ଭ ଦୁଃଖୀ ଲୋକଙ୍କର ବିଚାର କରିବେ।
Naye awaamue watu wako kwa haki na maskini wako kwa haki sawa.
3 ଧର୍ମ ଦ୍ୱାରା ପର୍ବତଗଣ ଓ ଉପପର୍ବତଗଣ ଲୋକମାନଙ୍କର ଶାନ୍ତି ଉତ୍ପନ୍ନ କରିବେ।
Milima iwazalie watu amani; vilima navyo vizae haki.
4 ସେ ଲୋକମାନଙ୍କ ମଧ୍ୟରୁ ଦୁଃଖୀମାନଙ୍କର ବିଚାର କରିବେ, ସେ ଦୀନହୀନମାନଙ୍କର ସନ୍ତାନମାନଙ୍କୁ ଉଦ୍ଧାର କରିବେ ଓ ଉପଦ୍ରବକାରୀକୁ ଚୂର୍ଣ୍ଣ କରିବେ।
Naye awahukumu watu maskini; awaokoe watoto wa wahitaji na kuwavunja vipande vipande wenye kuwatesa.
5 ସୂର୍ଯ୍ୟ ଓ ଚନ୍ଦ୍ର ଥିବାଯାଏ ପୁରୁଷାନୁକ୍ରମେ ଲୋକମାନେ ତୁମ୍ଭଙ୍କୁ ଭୟ କରିବେ।
Na wakuheshimu wewe wakati wa jua, na kwa kipindi cha kudumu kwa mwezi katika vizazi vyote.
6 କଟାଘାସରେ ବୃଷ୍ଟି ତୁଲ୍ୟ ଓ ଭୂମି-ସେଚନକାରୀ ଜଳଧାରା ତୁଲ୍ୟ ସେ ଓହ୍ଲାଇ ଆସିବେ।
Naye apate kuja kama mvua juu ya nyasi zilizokatwa, kama manyuyu yanyunyizayo nchi.
7 ତାହାଙ୍କ ସମୟରେ ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେବେ; ପୁଣି, ଚନ୍ଦ୍ର ଲୁପ୍ତ ନୋହିବା ପର୍ଯ୍ୟନ୍ତ ପ୍ରଚୁର ଶାନ୍ତି ହେବ।
Mwenye haki na astawi kwa wakati wake, na amani iwepo kwa wingi mpaka mwezi utakapotoweka.
8 ମଧ୍ୟ ସେ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରିବେ।
Na awe na mamlaka toka bahari na bahari, na kutoka Mto hadi miisho ya dunia.
9 ମରୁଭୂମି-ନିବାସୀ ଲୋକମାନେ ତାହାଙ୍କ ସମ୍ମୁଖରେ ନତ ହେବେ ଓ ତାହାଙ୍କ ଶତ୍ରୁଗଣ ଧୂଳି ଚାଟିବେ।
Na wote waishio jangwani wainame mbele zake; adui zake na walambe mavumbi.
10 ତର୍ଶୀଶର ଓ ଦ୍ୱୀପସମୂହର ରାଜାଗଣ ଦର୍ଶନୀ ଆଣିବେ; ଶିବାର ଓ ସବାର ରାଜାଗଣ ଭେଟି ଦାନ କରିବେ।
Wafalme wa Tashishi na visiwa walete kodi; wafalme wa Sheba na Seba watoe zawadi.
11 ହଁ, ସବୁ ରାଜାମାନେ ତାହାଙ୍କ ଛାମୁରେ ପ୍ରଣାମ କରିବେ; ସବୁ ଗୋଷ୍ଠୀମାନେ ତାହାଙ୍କର ସେବା କରିବେ।
Hakika wafalme wote wamwinamie yeye; mataifa yote yamtumikie yeye.
12 କାରଣ ସେ ଆର୍ତ୍ତନାଦକାରୀ ଦୀନହୀନକୁ ଓ ଅସହାୟ ଦରିଦ୍ରକୁ ଉଦ୍ଧାର କରିବେ।
Kwa kuwa yeye humsaidia mhitaji na maskini asiye na msaidizi.
13 ସେ ଦରିଦ୍ର ଓ ଦୀନହୀନ ପ୍ରତି ଦୟା କରିବେ ଓ ସେ ଦୀନହୀନମାନଙ୍କର ପ୍ରାଣ ଉଦ୍ଧାର କରିବେ।
Yeye huwahurumia maskini na wahitaji, na huokoa maisha ya wahitaji.
14 ସେ ଉପଦ୍ରବ ଓ ଦୌରାତ୍ମ୍ୟରୁ ସେମାନଙ୍କର ପ୍ରାଣ ମୁକ୍ତ କରିବେ; ପୁଣି, ତାହାଙ୍କ ଦୃଷ୍ଟିରେ ସେମାନଙ୍କ ଜୀବନ ବହୁମୂଲ୍ୟ ହେବ।
Huyaokoa maisha yao dhidi ya mateso na vurugu, na damu yao ni ya thamani machoni pake.
15 ଆଉ, ସେମାନେ ଜୀବିତ ରହିବେ ଓ ତାହାଙ୍କୁ ଶିବାର ସୁବର୍ଣ୍ଣ ଦତ୍ତ ହେବ; ଲୋକମାନେ ନିରନ୍ତର ତାହାଙ୍କ ପାଇଁ ପ୍ରାର୍ଥନା କରିବେ। ସେମାନେ ସାରାଦିନ ତାହାଙ୍କର ଧନ୍ୟବାଦ କରିବେ।
Naye apate kuishi! Na dhahabu za Sheba apewe yeye. Watu wamuombee yeye siku zote; Mungu ambariki daima.
16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
Kuwepo na nafaka nyingi katika ardhi; juu ya milima kuwe na mawimbi ya mimea. Matunda yake yawe kama Lebanoni; watu wasitawi katika miji kama nyansi za kondeni.
17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Jina lake lidumu milele; jina lake ilindelee kama vile jua ling'aavyo; watu wabarikiwe katika yeye; mataifa yote wamwite mbarikiwa.
18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟକର୍ମ କରନ୍ତି;
Yahwe Mungu, Mungu wa Israel, atukuzwe, ambaye pekee hufanya mambo ya ajabu.
19 ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।
Jina lake tukufu litukuzawe milele, nayo nchi yote ijazwe na utukufu wake. Amina, Amina.
20 ଯିଶୀର ପୁତ୍ର ଦାଉଦଙ୍କର ପ୍ରାର୍ଥନାସକଳ ସମାପ୍ତ।
Maombi ya Daudi mwana wa Yese yamemalizika. Kutatu cha tatu

< ଗୀତସଂହିତା 72 >