< ଗୀତସଂହିତା 73 >

1 ଆସଫର ଗୀତ। ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।
A Melody of Asaph. Nothing but good, is God, Unto Israel, Unto the pure in heart.
2 ମାତ୍ର ମୋହର ଚରଣ ପ୍ରାୟ ଟଳିଗଲା; ମୋହର ପାଦବିକ୍ଷେପ ପ୍ରାୟ ଖସିଗଲା।
But, as for me, —My feet had, almost stumbled, My steps had, well-nigh slipped;
3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
For I was envious of the boasters, At the prosperity of the lawless, used I to look.
4 ଯେହେତୁ ସେମାନଙ୍କ ମରଣରେ କୌଣସି ବନ୍ଧନ ନାହିଁ; ମାତ୍ର ସେମାନଙ୍କ ବଳ ଦୃଢ଼ ଥାଏ।
For they have no pangs in their death, And vigorous is their body;
5 ସେମାନେ ଅନ୍ୟ ଲୋକଙ୍କ ପରି କଷ୍ଟରେ ପଡ଼ନ୍ତି ନାହିଁ; କିଅବା ଅନ୍ୟ ମନୁଷ୍ୟମାନଙ୍କ ପରି ସେମାନେ ଆଘାତ ପ୍ରାପ୍ତ ହୁଅନ୍ତି ନାହିଁ।
Of the toil of weak mortals, have they none, Nor, with the sons of earth, are they hard smitten.
6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
For this cause, doth arrogance deck them as a neck-chain, And a garment of wrong is their attire;
7 ମେଦରେ ସେମାନଙ୍କ ଚକ୍ଷୁ ବାହାରି ଉଠେ; ମନର ବାଞ୍ଛା ଅପେକ୍ଷା ସେମାନେ ଅଧିକ ପ୍ରାପ୍ତ ହୁଅନ୍ତି।
Their iniquity, hath proceeded from fatness, They have surpassed the imaginations of the heart;
8 ସେମାନେ ଟାହୁଲି କରନ୍ତି ଓ ଦୁଷ୍ଟତାରେ ଦୌରାତ୍ମ୍ୟ ଉଚ୍ଚାରଣ କରନ୍ତି; ସେମାନେ ଦମ୍ଭ କଥା କହନ୍ତି।
They mock, and wickedly command oppression, From on high, they command;
9 ସେମାନେ ଆକାଶରେ ଆପଣା ଆପଣା ମୁଖ ରଖିଅଛନ୍ତି ଓ ସେମାନଙ୍କ ଜିହ୍ୱା ପୃଥିବୀରେ ଭ୍ରମଣ କରେ।
They have set, in the heavens, their mouth, And, their tongue, marcheth through the earth.
10 ଏହେତୁ ତାହାର ଲୋକମାନେ ସେଆଡ଼େ ଫେରନ୍ତି; ପୁଣି, ପୂର୍ଣ୍ଣ ପାନପାତ୍ରର ଜଳସବୁ ସେମାନଙ୍କ ଦ୍ୱାରା ନିଗିଡ଼ାଯାଏ।
Therefore must his people return thither, And, the waters of abundance, are drained by them;
11 ଆଉ, ସେମାନେ କହନ୍ତି, “ପରମେଶ୍ୱର କିପରି ଜାଣିବେ? ଓ ସର୍ବୋପରିସ୍ଥଙ୍କର କି ଜ୍ଞାନ ଅଛି?”
And they say—How doth GOD know? And is there knowledge in the Most High?
12 ଦେଖ, ଏମାନେ ଦୁଷ୍ଟ ଲୋକ; ପୁଣି, ସେମାନେ ସର୍ବଦା ନିର୍ବିଘ୍ନରେ ଥାଇ ଧନ ବୃଦ୍ଧି କରନ୍ତି।
Lo! these, are the lawless, Who are secure for an age, They have attained unto wealth.
13 ନିଶ୍ଚୟ ମୁଁ ବ୍ୟର୍ଥରେ ଆପଣା ଅନ୍ତଃକରଣ ଶୁଚି କରିଅଛି ଓ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରିଅଛି;
Altogether in vain, Have I cleansed my heart, And bathed in pureness, my hands;
14 କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।
And yet been smitten all the day, And been rebuked morning by morning!
15 “ଏରୂପ କହିବି” ବୋଲି ଯଦି ମୁଁ କହିଥାʼନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥାʼନ୍ତି।
If I had thought, I will relate it thus, Lo! the circle of thy sons, had I betrayed.
16 ମୁଁ ତାହା କିରୂପେ ଜାଣିବି ବୋଲି ଭାବନା କଲା ବେଳେ ମୋʼ ପ୍ରତି ତାହା ଅତି କଷ୍ଟକର ହେଲା;
When I reasoned, that I might understand this, A vexation, it was in mine eyes:
17 ଶେଷରେ ମୁଁ ପରମେଶ୍ୱରଙ୍କ ଧର୍ମଧାମକୁ ଗଲି ଓ ସେମାନଙ୍କର ଶେଷ ଫଳ ବିବେଚନା କଲି।
Until I could enter the holy places of God, —Could give heed to their hereafter: —
18 ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
Surely, in slippery places, dost thou set them, —Thou hast suffered them to fall into places of danger.
19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
How have they become desolate, as in a moment! They have ceased—come to an end, by reason of calamities.
20 ନିଦ୍ରାରୁ ଜାଗ୍ରତ ହେଲା ଉତ୍ତାରେ ଯେପରି ସ୍ୱପ୍ନ, ସେପରି, ହେ ପ୍ରଭୋ, ତୁମ୍ଭେ ଜାଗ୍ରତ ହେଲେ, ସେମାନଙ୍କ ମୂର୍ତ୍ତିକୁ ତୁଚ୍ଛଜ୍ଞାନ କରିବ।
As the dream of him that waketh, O my Lord! when rousing thyself up, their shadowy being, wilt thou despise.
21 ମୋହର ହୃଦୟ ଦୁଃଖିତ ହୋଇଥିଲା ଓ ମୋହର ମର୍ମ ବିଦ୍ଧ ହୋଇଥିଲା।
But my heart had grown embittered, And, in my reins, had I received wounds;
22 ମୁଁ ଏଡ଼େ ମୂର୍ଖ ଓ ଅଜ୍ଞାନ, ମୁଁ ତୁମ୍ଭ ସାକ୍ଷାତରେ ପଶୁ ପରି ଥିଲି।
But, I, was brutish, and could not perceive, Like the beasts, had I become before thee.
23 ତଥାପି ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ନିରନ୍ତର ଅଛି; ତୁମ୍ଭେ ମୋହର ଦକ୍ଷିଣ ହସ୍ତ ଧରିଅଛ।
Nevertheless, I, am continually before thee, Thou hast taken hold of my right hand;
24 ତୁମ୍ଭେ ନିଜ ମନ୍ତ୍ରଣାରେ ମୋତେ ପଥ ଦେଖାଇବ ଓ ଶେଷରେ ତୁମ୍ଭେ ମୋତେ ଗୌରବରେ ଗ୍ରହଣ କରିବ।
By thy counsel, wilt thou guide me, And, afterwards, unto glory, wilt thou take me.
25 ସ୍ୱର୍ଗରେ ତୁମ୍ଭ ବିନା ମୋହର ଆଉ କିଏ ଅଛି? ଓ ଭୂମଣ୍ଡଳରେ ତୁମ୍ଭ ଛଡ଼ା ଆଉ କାହାକୁ ମୁଁ ବାଞ୍ଛା କରୁ ନାହିଁ।
Whom have I in the heavens? And, compared with thee, there is nothing I desire on earth.
26 ମୋହର ମାଂସ ଓ ଚିତ୍ତ କ୍ଷୟ ପାଉଅଛି; ମାତ୍ର ପରମେଶ୍ୱର ଅନନ୍ତକାଳ ମୋʼ ଚିତ୍ତର ବଳ ଓ ମୋହର ବାଣ୍ଟ ସ୍ୱରୂପ ଅଟନ୍ତି।
Failed have my flesh and my heart, The rock of my heart—and my portion, is God unto times age-abiding.
27 କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
For lo! they who are far from thee, shall perish, Thou hast put an end to every one who wandered unchastely from thee.
28 ମାତ୍ର ପରମେଶ୍ୱରଙ୍କର ନିକଟବର୍ତ୍ତୀ ହେବାର ମୋହର ମଙ୍ଗଳ; ମୁଁ ତୁମ୍ଭର ସକଳ କର୍ମ ବର୍ଣ୍ଣନା କରିବା ପାଇଁ ପ୍ରଭୁ ସଦାପ୍ରଭୁଙ୍କୁ ଆପଣାର ଆଶ୍ରୟ ସ୍ୱରୂପ କରିଅଛି।
But, as for me, the drawing near of God, is my blessedness, —I have made, of My Lord Yahweh, my refuge, —That I may recount all thy works.

< ଗୀତସଂହିତା 73 >