< ଗୀତସଂହିତା 74 >

1 ଆସଫର ମସ୍କୀଲ୍‍। ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?
מַשְׂכִּ֗יל לְאָ֫סָ֥ף לָמָ֣ה אֱ֭לֹהִים זָנַ֣חְתָּ לָנֶ֑צַח יֶעְשַׁ֥ן אַ֝פְּךָ֗ בְּצֹ֣אן מַרְעִיתֶֽךָ׃
2 ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
זְכֹ֤ר עֲדָתְךָ֨ ׀ קָ֘נִ֤יתָ קֶּ֗דֶם גָּ֭אַלְתָּ שֵׁ֣בֶט נַחֲלָתֶ֑ךָ הַר־צִ֝יּ֗וֹן זֶ֤ה ׀ שָׁכַ֬נְתָּ בּֽוֹ׃
3 ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
הָרִ֣ימָה פְ֭עָמֶיךָ לְמַשֻּׁא֣וֹת נֶ֑צַח כָּל־הֵרַ֖ע אוֹיֵ֣ב בַּקֹּֽדֶשׁ׃
4 ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
שָׁאֲג֣וּ צֹ֭רְרֶיךָ בְּקֶ֣רֶב מוֹעֲדֶ֑ךָ שָׂ֖מוּ אוֹתֹתָ֣ם אֹתֽוֹת׃
5 ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖାଗଲେ।
יִ֭וָּדַע כְּמֵבִ֣יא לְמָ֑עְלָה בִּֽסֲבָךְ־עֵ֝֗ץ קַרְדֻּמּֽוֹת׃
6 ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
וְ֭עַתָּה פִּתּוּחֶ֣יהָ יָּ֑חַד בְּכַשִּׁ֥יל וְ֝כֵֽילַפֹּ֗ת יַהֲלֹמֽוּן׃
7 ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।
שִׁלְח֣וּ בָ֭אֵשׁ מִקְדָּשֶׁ֑ךָ לָ֝אָ֗רֶץ חִלְּל֥וּ מִֽשְׁכַּן־שְׁמֶֽךָ׃
8 ସେମାନେ ମନେ ମନେ କହିଲେ, “ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ;” ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
אָמְר֣וּ בְ֭לִבָּם נִינָ֣ם יָ֑חַד שָׂרְפ֖וּ כָל־מוֹעֲדֵי־אֵ֣ל בָּאָֽרֶץ׃
9 ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍‍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
אֽוֹתֹתֵ֗ינוּ לֹ֥א רָ֫אִ֥ינוּ אֵֽין־ע֥וֹד נָבִ֑יא וְלֹֽא־אִ֝תָּ֗נוּ יֹדֵ֥עַ עַד־מָֽה׃
10 ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ?
עַד־מָתַ֣י אֱ֭לֹהִים יְחָ֣רֶף צָ֑ר יְנָ֘אֵ֤ץ אוֹיֵ֖ב שִׁמְךָ֣ לָנֶֽצַח׃
11 ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
לָ֤מָּה תָשִׁ֣יב יָ֭דְךָ וִֽימִינֶ֑ךָ מִקֶּ֖רֶב חֵֽיקְךָ֣ כַלֵּֽה׃
12 ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
וֵ֭אלֹהִים מַלְכִּ֣י מִקֶּ֑דֶם פֹּעֵ֥ל יְ֝שׁוּע֗וֹת בְּקֶ֣רֶב הָאָֽרֶץ׃
13 ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
אַתָּ֤ה פוֹרַ֣רְתָּ בְעָזְּךָ֣ יָ֑ם שִׁבַּ֖רְתָּ רָאשֵׁ֥י תַ֝נִּינִ֗ים עַל־הַמָּֽיִם׃
14 ତୁମ୍ଭେ ଲିବିୟାଥନର ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
אַתָּ֣ה רִ֭צַּצְתָּ רָאשֵׁ֣י לִוְיָתָ֑ן תִּתְּנֶ֥נּוּ מַ֝אֲכָ֗ל לְעָ֣ם לְצִיִּֽים׃
15 ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
אַתָּ֣ה בָ֭קַעְתָּ מַעְיָ֣ן וָנָ֑חַל אַתָּ֥ה ה֝וֹבַ֗שְׁתָּ נַהֲר֥וֹת אֵיתָֽן׃
16 ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
לְךָ֣ י֭וֹם אַף־לְךָ֥ לָ֑יְלָה אַתָּ֥ה הֲ֝כִינ֗וֹתָ מָא֥וֹר וָשָֽׁמֶשׁ׃
17 ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
אַתָּ֣ה הִ֭צַּבְתָּ כָּל־גְּבוּל֣וֹת אָ֑רֶץ קַ֥יִץ וָ֝חֹ֗רֶף אַתָּ֥ה יְצַרְתָּם׃
18 ହେ ସଦାପ୍ରଭୋ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
זְכָר־זֹ֗את א֭וֹיֵב חֵרֵ֣ף ׀ יְהוָ֑ה וְעַ֥ם נָ֝בָ֗ל נִֽאֲצ֥וּ שְׁמֶֽךָ׃
19 ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
אַל־תִּתֵּ֣ן לְ֭חַיַּת נֶ֣פֶשׁ תּוֹרֶ֑ךָ חַיַּ֥ת עֲ֝נִיֶּ֗יךָ אַל־תִּשְׁכַּ֥ח לָנֶֽצַח׃
20 ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
הַבֵּ֥ט לַבְּרִ֑ית כִּ֥י מָלְא֥וּ מַחֲשַׁכֵּי־אֶ֝֗רֶץ נְא֣וֹת חָמָֽס׃
21 ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
אַל־יָשֹׁ֣ב דַּ֣ךְ נִכְלָ֑ם עָנִ֥י וְ֝אֶבְי֗וֹן יְֽהַלְל֥וּ שְׁמֶֽךָ׃
22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
קוּמָ֣ה אֱ֭לֹהִים רִיבָ֣ה רִיבֶ֑ךָ זְכֹ֥ר חֶרְפָּתְךָ֥ מִנִּי־נָ֝בָ֗ל כָּל־הַיּֽוֹם׃
23 ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।
אַל־תִּ֭שְׁכַּח ק֣וֹל צֹרְרֶ֑יךָ שְׁא֥וֹן קָ֝מֶ֗יךָ עֹלֶ֥ה תָמִֽיד׃

< ଗୀତସଂହିତା 74 >