< ଗୀତସଂହିତା 75 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
“For the leader of the music. To the tune of “Do not destroy.” A psalm of Asaph.” We give thanks to thee, O God! we give thanks to thee, and near is thy name; Men shall declare thy wondrous deeds!
2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
“When I see my time, Then will I judge with equity.
3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। (ସେଲା)
The earth trembleth, and all her inhabitants; But I uphold her pillars.”
4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
I say to the proud, Behave not proudly! To the wicked, Lift not up your horn!
5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
Lift not up your horn on high, And speak not with a stiff neck!
6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
For promotion cometh neither from the east, nor from the west, nor from the south;
7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
But it is God that judgeth; He putteth down one, and setteth up another.
8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
For in the hand of the LORD there is a cup; The wine is foaming and full of spices, And of it he poureth out; Even to the dregs shall all the wicked of the earth drink it.
9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Therefore I will extol him for ever; I will sing praise to the God of Jacob.
10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।
“I will bring down all the power of the wicked; But the righteous shall lift up their heads.”

< ଗୀତସଂହିତା 75 >