< ଗୀତସଂହିତା 75 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
В конец, да не растлиши, псалом песни Асафу. Исповемыся Тебе, Боже, исповемыся Тебе и призовем имя Твое: повем вся чудеса Твоя.
2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
Егда прииму время, Аз правоты возсужду.
3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। (ସେଲା)
Растаяся земля и вси живущии на ней, Аз утвердих столпы ея.
4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
Рех беззаконнующым, не беззаконнуйте: и согрешающым, не возносите рога.
5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
Не воздвизайте на высоту рога вашего и не глаголите на Бога неправду:
6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
яко ниже от исход, ниже и запад, ниже от пустых гор.
7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
Яко Бог судия есть: сего смиряет, и сего возносит.
8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
Яко чаша в руце Господни, вина нерастворена исполнь растворения, и уклони от сея в сию: обаче дрождие его не истощися, испиют вси грешнии земли.
9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Аз же возрадуюся в век, воспою Богу Иаковлю:
10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।
и вся роги грешных сломлю, и вознесется рог праведнаго.