< ଗୀତସଂହିତା 75 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରନ୍ତି।
Kwa mwimbishaji. Mtindo wa “Usiharibu!” Zaburi ya Asafu. Wimbo. Ee Mungu, tunakushukuru, tunakushukuru wewe, kwa kuwa jina lako li karibu; watu husimulia matendo yako ya ajabu.
2 ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
Unasema, “Ninachagua wakati maalum; ni mimi nihukumuye kwa haki.
3 ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। (ସେଲା)
Wakati dunia na watu wake wote inapotetemeka, ni mimi ninayezishikilia nguzo zake imara.
4 ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
Kwa wale wenye majivuno ninasema, ‘Msijisifu tena,’ kwa wale waovu, ‘Msiinue pembe zenu.
5 ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
Msiinue pembe zenu dhidi ya mbingu; msiseme kwa shingo zilizonyooshwa.’”
6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
Hakuna yeyote atokaye mashariki wala magharibi au kutoka jangwani awezaye kumkweza mwanadamu.
7 ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
Bali Mungu ndiye ahukumuye: Humshusha huyu na kumkweza mwingine.
8 ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
Mkononi mwa Bwana kuna kikombe kilichojaa mvinyo unaotoka povu uliochanganywa na vikolezo; huumimina, nao waovu wote wa dunia hunywa mpaka tone la mwisho.
9 ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
Bali mimi, nitatangaza hili milele; nitaimba sifa kwa Mungu wa Yakobo.
10 ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।
Nitazikatilia mbali pembe za waovu wote, bali pembe za wenye haki zitainuliwa juu.

< ଗୀତସଂହିତା 75 >