< ଗୀତସଂହିତା 76 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।
Zborovođi. Uza žičana glazbala. Psalam. Asafov. Pjesma. Na glasu je Bog u Judeji, u Izraelu veliko je ime njegovo!
2 ମଧ୍ୟ ଶାଲେମ୍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
U Šalemu je Šator njegov, na Sionu boravište.
3 ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। (ସେଲା)
Tu polomi strijele lukovima, štitove, mačeve, sve oružje.
4 ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
Blistav si od svjetla, veličanstveniji od bregova drevnih.
5 ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
Opljačkani su oni koji bijahu jaki srcem, i san svoj snivaju - klonuše ruke svim hrabrima.
6 ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
Od prijetnje tvoje, Bože Jakovljev, skameniše se kola i konji.
7 ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?
Strašan si ti, i tko da opstane kraj žestine gnjeva tvojega.
8 ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
S neba reče presudu - od straha zemlja zadrhta i zanijemje
9 ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। (ସେଲା)
kad se diže Bog da sudi, da spasi uboge na zemlji.
10 ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
Jer će te i bijes Edoma slaviti, i preživjeli iz Hamata štovat će te.
11 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
Zavjetujte i izvršite zavjete Jahvi, Bogu svojemu, svi oko njega neka donose darove Strašnome
12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
koji obuzdava oholost knezova, koji je strašan kraljevima zemlje.