< ଗୀତସଂହିତା 77 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନ୍‍‍ର ରୀତି ଅନୁସାରେ ଆସଫର ଗୀତ। ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋʼ ପ୍ରତି କର୍ଣ୍ଣପାତ କରିବେ।
למנצח על ידיתון לאסף מזמור קולי אל אלהים ואצעקה קולי אל אלהים והאזין אלי׃
2 ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
ביום צרתי אדני דרשתי ידי לילה נגרה ולא תפוג מאנה הנחם נפשי׃
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। (ସେଲା)
אזכרה אלהים ואהמיה אשיחה ותתעטף רוחי סלה׃
4 ତୁମ୍ଭେ ମୋʼ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
אחזת שמרות עיני נפעמתי ולא אדבר׃
5 ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
חשבתי ימים מקדם שנות עולמים׃
6 ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
אזכרה נגינתי בלילה עם לבבי אשיחה ויחפש רוחי׃
7 “ପ୍ରଭୁ କʼଣ ସଦାକାଳ ପରିତ୍ୟାଗ କରିବେ? ସେ କʼଣ ଆଉ ସୁପ୍ରସନ୍ନ ହେବେ ନାହିଁ?
הלעולמים יזנח אדני ולא יסיף לרצות עוד׃
8 ତାହାଙ୍କ ଦୟା କʼଣ ଚିରକାଳ ଲୁପ୍ତ ହେଲା? ତାହାଙ୍କ ପ୍ରତିଜ୍ଞା କʼଣ ଚିରକାଳ ବିଫଳ ହୁଏ?
האפס לנצח חסדו גמר אמר לדר ודר׃
9 ପରମେଶ୍ୱର କʼଣ କୃପାମୟ ହେବାକୁ ପାସୋରିଅଛନ୍ତି? ସେ କʼଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି?” (ସେଲା)
השכח חנות אל אם קפץ באף רחמיו סלה׃
10 ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
ואמר חלותי היא שנות ימין עליון׃
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
אזכיר מעללי יה כי אזכרה מקדם פלאך׃
12 ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
והגיתי בכל פעלך ובעלילותיך אשיחה׃
13 ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ?
אלהים בקדש דרכך מי אל גדול כאלהים׃
14 ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
אתה האל עשה פלא הודעת בעמים עזך׃
15 ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
גאלת בזרוע עמך בני יעקב ויוסף סלה׃
16 ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
ראוך מים אלהים ראוך מים יחילו אף ירגזו תהמות׃
17 ମେଘମାଳ ଜଳ ବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
זרמו מים עבות קול נתנו שחקים אף חצציך יתהלכו׃
18 ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
קול רעמך בגלגל האירו ברקים תבל רגזה ותרעש הארץ׃
19 ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
בים דרכך ושביליך במים רבים ועקבותיך לא נדעו׃
20 ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
נחית כצאן עמך ביד משה ואהרן׃

< ଗୀତସଂହିତା 77 >