< ଗୀତସଂହିତା 78 >
1 ଆସଫର ମସ୍କୀଲ୍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।
Maskil na Asaf. Ya mutanena, ku ji koyarwata; ku saurari kalmomin bakina.
2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Zan buɗe bakina da misalai, zan faɗi ɓoyayyun abubuwa, abubuwan dā,
3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
abin da muka ji muka kuma sani, abubuwan da kakanninmu suka faɗa mana.
4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
Ba za mu ɓoye su wa’ya’yanmu ba; za mu faɗa wa tsara mai zuwa ayyukan da suka zama yabo na Ubangiji, ikonsa, da abubuwan banmamakin da ya aikata.
5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
Ya kafa ƙa’idodi wa Yaƙub ya kuma kafa doka a cikin Isra’ila, wadda ya umarce kakanni-kakanninmu su koya wa’ya’yansu,
6 ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
don tsara na biye su san su, har da’ya’yan da ba a riga an haifa ba, su kuma su faɗa wa’ya’yansu.
7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
Ta haka za su dogara ga Allah ba kuwa za su manta da ayyukansa ba amma za su kiyaye umarnansa.
8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Ba za su zama kamar kakanni kakanninsu ba, masu taurinkai da kuma tsara masu tayarwa, waɗanda zukatansu ba su yi biyayya ga Allah ba, waɗanda zukatansu ba su yi aminci ga Allah ba.
9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
Mutanen Efraim, ko da yake suna da bakkuna, suka juya da baya a ranar yaƙi;
10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
ba su kiyaye alkawarin Allah ba suka kuma ƙi su yi rayuwa ta wurin dokarsa.
11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।
Suka manta da abin da ya aikata, abubuwan banmamakin da ya nuna musu.
12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।
Ya yi mu’ujizai a idanun kakanninsu a ƙasar Masar, a yankin Zowan.
13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
Ya raba teku ya kuma bi da su ciki; ya sa ruwa ya tsaya daram kamar bango.
14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
Ya bishe su da girgije da rana da kuma haske daga wuta dukan dare.
15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
Ya tsage duwatsu a cikin hamada ya kuma ba su ruwaye a yalwace kamar tekuna;
16 ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
ya fid da rafuffuka daga dutsen da ya tsaga ya sa ruwa ya gudu kamar koguna.
17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
Amma suka ci gaba da yin masa zunubi, suna tayarwa a cikin hamada a kan Mafi Ɗaukaka.
18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
Da gangan suka gwada Allah ta wurin neman abincin da suke kwaɗayi.
19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
Suka yi magana a kan Allah, suna cewa, “Allah zai iya shimfiɗa tebur a cikin hamada?
20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”
Sa’ad da ya bugi dutse, ruwa ya ɓulɓulo, rafuffuka suka yi gudu a yalwace. Amma zai iya ba mu abinci? Zai iya tanada wa mutanensa nama?”
21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
Sa’ad da Ubangiji ya ji su, ya yi fushi ƙwarai; wutarsa ta ɓarke a kan Yaƙub, hasalarsa kuwa ta tashi a kan Isra’ila,
22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
gama ba su gaskata ga Allah ba ko su dogara ga cetonsa.
23 ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
Duk da haka ya ba da umarni ga sarari a bisa ya kuma buɗe ƙofofin sammai;
24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
ya sauko da Manna wa mutanensa don su ci, ya ba su hatsin sama.
25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
Mutane suka ci burodin mala’iku; ya aika musu dukan abincin da za su iya ci.
26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
Ya saki iskar gabas daga sammai ya kuma saki iskar yamma ta wurin ikonsa.
27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
Ya sauko da nama a kansu kamar ƙura, tsuntsaye masu firiya kamar yashi a bakin teku.
28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
Ya sa suka sauka a cikin sansaninsu, ko’ina kewaye da tentunansu.
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
Suka ci har suka sami fiye da abin da ya ishe su, gama ya ba su abin da suka yi kwaɗayi.
30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
Amma kafin su juyo daga abincin da suka yi kwaɗayi, kai tun ma yana a bakunansu,
31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
fushin Allah ya ƙuna a kansu; ya karkashe waɗanda suka fi ƙiba a cikinsu, yana yankan matasan Isra’ila.
32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
Duk da haka, suka ci gaba da yin zunubi; duk da abubuwan banmamakinsa, ba su gaskata ba.
33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
Saboda haka ya sa kwanakinsu suka ƙare a banza shekarunsu kuma cikin masifa.
34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
A duk sa’ad da Allah ya kashe su, sai su neme shi; sukan juyo a natse gare shi.
35 ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
Sun tuna cewa Allah ne Dutsensu, cewa Allah Mafi Ɗaukaka ne Mai fansarsu.
36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
Amma sai su yi ta yin masa zaƙin baki, suna masa ƙarya da harsunansu;
37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
zukatansu ba sa biyayya gare shi, ba su da aminci ga alkawarinsa.
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Duk da haka ya kasance mai jinƙai; ya gafarta laifofinsu bai kuwa hallaka su ba. Sau da sau ya janye fushinsa bai kuwa sa fushinsa yă ƙuna ba.
39 ଆଉ, ସେମାନେ ଯେ ମାଂସ ମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
Ya tuna cewa su naman jiki ne kawai, iska mai wucewa da ba ta dawowa.
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
Sau da yawa sun tayar masa a cikin hamada suka kuma ɓata masa rai a jeji!
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
Sau da sau suka riƙa gwada Allah; suka tsokane Mai Tsarki na Isra’ila.
42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
Ba su tuna da ikonsa, a ranar da ya fanshe su daga mai danniya,
43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
ranar da ya nuna mu’ujizansa a Masar abubuwan banmamakinsa a yankin Zowan ba.
44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
Ya mai da kogunansu suka zama jini; ba su iya sha daga rafuffuka ba.
45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
Ya aika da tarin ƙudajen da suka cinye su, da kwaɗin da suka wahalshe su.
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
Ya ba da hatsinsu ga fāra, amfanin gonakinsu ga ɗango.
47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।
Ya lalace inabinsu da ƙanƙara itatuwan al’ul nasu kuma da jaura.
48 ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
Ya miƙa shanunsu ga ƙanƙara, tumakinsu ga aradun tsawa.
49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Ya saki musu fushinsa mai zafi, hasalarsa, zafin rai da kuma ɓacin ransa, ƙungiyar mala’iku masu hallakarwa.
50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
Ya shirya hanya wa fushinsa; bai tsare ransu daga mutuwa ba amma ya miƙa su ga annoba.
51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
Ya bugi kowane ɗan fari na Masar, mafari ƙarfin mazantakansu a tentunan Ham.
52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
Amma ya fitar da mutanensa kamar garke; ya bi da su kamar tumaki ta cikin hamada.
53 ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
Ya bi da su lafiya ƙalau, don kada su ji tsoro; amma teku ya cinye abokan gābansu.
54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
Ta haka ya kawo su iyakar ƙasa mai tsarki, zuwa ƙasar tudun da hannunsa na dama ya kame.
55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
Ya kori al’ummai a gabansu ya rarraba ƙasashensu gare su a matsayin gādo; ya zaunar da kabilan Isra’ila a gidajensu.
56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
Amma suka gwada Allah suka tayar wa Mafi Ɗaukaka; ba su kiyaye ƙa’idodinsa ba.
57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
Kamar kakanninsu suka zama marasa biyayya da marasa aminci, marar tabbas kamar tanƙwararren baka.
58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Suka ba shi haushi da masujadansu na kan tudu; suka tayar da kishinsa da gumakansu.
59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
Sa’ad da Allah ya ji su, ya yi fushi ƙwarai; ya ƙi Isra’ila gaba ɗaya.
60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
Ya yashe tabanakul na Shilo, tentin da ya kafa a cikin mutane.
61 ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
Ya aika da akwatin alkawarin ƙarfinsa zuwa bauta, darajarsa zuwa cikin hannuwan abokin gāba.
62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
Ya ba da mutanensa ga takobi; ya yi fushi ƙwarai da gādonsa.
63 ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
Wuta ta cinye matasansu maza,’yan matansu kuma ba su da waƙoƙin aure;
64 ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
aka karkashe firistocinsu, gwaurayensu kuwa ba su iya makoki ba.
65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
Sa’an nan Ubangiji ya farka sai ka ce daga barcinsa, kamar yadda mutum kan farka daga buguwar ruwan inabi.
66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
Ya kori abokan gābansa; ya sa suka sha madawwamiyar kunya.
67 ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
Sa’an nan ya ƙi tentunan Yusuf, bai zaɓi kabilar Efraim ba;
68 ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
amma ya zaɓi kabilar Yahuda, Dutsen Sihiyona, wanda ya ƙaunaci.
69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
Ya gina wurinsa mai tsarki kamar bisa, kamar duniyar da ya kafa har abada.
70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
Ya zaɓi Dawuda bawansa ya kuma ɗauke shi daga ɗakin tumaki;
71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
daga kiwon tumaki ya kawo shi don yă kuma zama makiyayin mutanensa Yaƙub, na Isra’ila gādonsa.
72 ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।
Dawuda kuwa ya zama makiyayinsu da mutuncin zuciya; da hannuwa masu gwaninta ya bi da su.