< ଗୀତସଂହିତା 78 >
1 ଆସଫର ମସ୍କୀଲ୍। ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର।
Внемлите, людие мои, закону моему, приклоните ухо ваше во глаголы уст моих.
2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Отверзу в притчах уста моя, провещаю ганания исперва.
3 ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
Елика слышахом и познахом я, и отцы наши поведаша нам:
4 ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ-କର୍ମସକଳ ବର୍ଣ୍ଣନା କରିବା।
не утаишася от чад их в род ин, возвещающе хвалы Господни, и силы Его и чудеса Его, яже сотвори.
5 କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
И воздвиже свидение во Иакове, и закон положи во Израили, елика заповеда отцем нашым сказати я сыновом своим,
6 ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
яко да познает род ин, сынове родящиися, и востанут и поведят я сыновом своим:
7 ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
да положат на Бога упование свое, и не забудут дел Божиих, и заповеди Его взыщут:
8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
да не будут якоже отцы их, род строптив и преогорчеваяй, род иже не исправи сердца своего и не увери с Богом духа своего.
9 ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
Сынове Ефремли наляцающе и стреляюще луки возвратишася в день брани:
10 ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
не сохраниша завета Божия, и в законе Его не восхотеша ходити.
11 ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲିଗଲେ।
И забыша благодеяния Его и чудеса Его, яже показа им
12 ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।
пред отцы их, яже сотвори чудеса в земли Египетстей, на поли Танеосе:
13 ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
разверзе море и проведе их: представи воды яко мех,
14 ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
и настави я облаком во дни и всю нощь просвещением огня.
15 ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
Разверзе камень в пустыни и напои я яко в бездне мнозе:
16 ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
и изведе воду из камене и низведе яко реки воды.
17 ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
И приложиша еще согрешати Ему, преогорчиша Вышняго в безводней:
18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
и искусиша Бога в сердцах своих, воспросити брашна душам своим.
19 ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
И клеветаша на Бога и реша: еда возможет Бог уготовати трапезу в пустыни?
20 ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”
Понеже порази камень, и потекоша воды, и потоцы наводнишася: еда и хлеб может дати? Или уготовати трапезу людем Своим?
21 ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
Сего ради слыша Господь и презре, и огнь возгореся во Иакове, и гнев взыде на Израиля:
22 କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
яко не вероваша Богови, ниже уповаша на спасение Его.
23 ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
И заповеда облаком свыше, и двери небесе отверзе:
24 ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
и одожди им манну ясти, и хлеб небесный даде им.
25 ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
Хлеб ангельский яде человек: брашно посла им до сытости.
26 ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
Воздвиже юг с небесе, и наведе силою Своею лива:
27 ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
и одожди на ня яко прах плоти, и яко песок морский птицы пернаты.
28 ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
И нападоша посреде стана их, окрест жилищ их.
29 ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
И ядоша и насытишася зело, и желание их принесе им.
30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
Не лишишася от желания своего: еще брашну сущу во устех их,
31 ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
и гнев Божий взыде на ня, и уби множайшая их, и избранным Израилевым запят.
32 ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
Во всех сих согрешиша еще и не вероваша чудесем Его:
33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
и изчезоша в суете дние их, и лета их со тщанием.
34 ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
Егда убиваше я, тогда взыскаху Его и обращахуся и утреневаху к Богу:
35 ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
и помянуша, яко Бог помощник им есть, и Бог Вышний Избавитель им есть:
36 ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
и возлюбиша Его усты своими, и языком своим солгаша Ему:
37 କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
сердце же их не бе право с Ним, ниже уверишася в завете Его.
38 ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
Той же есть щедр, и очистит грехи их, и не растлит: и умножит отвратити ярость Свою, и не разжжет всего гнева Своего.
39 ଆଉ, ସେମାନେ ଯେ ମାଂସ ମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
И помяну, яко плоть суть, дух ходяй и не обращаяйся:
40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
колькраты преогорчиша Его в пустыни, прогневаша Его в земли безводней?
41 ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
И обратишася, и искусиша Бога, и Святаго Израилева раздражиша:
42 ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
и не помянуша руки Его в день, в оньже избави я из руки оскорбляющаго:
43 ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
якоже положи во Египте знамения Своя, и чудеса Своя на поли Танеосе:
44 ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
и преложи в кровь реки их и источники их, яко да не пиют.
45 ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
Посла на ня песия мухи, и поядоша я, и жабы, и растли я:
46 ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
и даде рже плоды их, и труды их пругом.
47 ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।
Уби градом винограды их и черничие их сланою:
48 ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
и предаде граду скоты их, и имение их огню.
49 ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
Посла на ня гнев ярости Своея, ярость и гнев и скорбь, послание аггелы лютыми.
50 ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
Путесотвори стезю гневу Своему, и не пощаде от смерти душ их, и скоты их в смерти заключи:
51 ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
и порази всякое первородное в земли Египетстей, начаток всякаго труда их в селениих Хамовых.
52 ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
И воздвиже яко овцы люди Своя, и возведе я яко стадо в пустыни:
53 ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
и настави я на упование, и не убояшася: и враги их покры море.
54 ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
И введе я в гору святыни Своея, гору сию, юже стяжа десница Его.
55 ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ିଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରିଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
И изгна от лица их языки, и по жребию даде им (землю) ужем жребодаяния, и всели в селениих их колена Израилева.
56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
И искусиша и преогорчиша Бога Вышняго, и свидений Его не сохраниша:
57 ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
и отвратишася и отвергошася, якоже и отцы их: превратишася в лук развращен:
58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
и прогневаша Его в холмех своих, и во истуканных своих раздражиша Его.
59 ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
Слыша Бог и презре, и уничижи зело Израиля:
60 ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
и отрину скинию Силомскую, селение еже вселися в человецех:
61 ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
и предаде в плен крепость их, и доброту их в руки врагов:
62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
и затвори во оружии люди Своя и достояние Свое презре.
63 ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ।
Юношы их пояде огнь, и девы их не осетованы быша:
64 ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
священницы их мечем падоша, и вдовицы их не оплаканы будут.
65 ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
И воста яко спя Господь, яко силен и шумен от вина:
66 ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
и порази враги своя вспять, поношение вечное даде им:
67 ଆହୁରି, ସେ ଯୋଷେଫର ବଂଶକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
и отрину селение Иосифово, и колено Ефремово не избра:
68 ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
и избра колено Иудово, гору Сионю, юже возлюби:
69 ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
и созда яко единорога святилище Свое: на земли основа и в век.
70 ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
И избра Давида раба Своего, и восприят его от стад овчих:
71 ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
от доилиц поят его, пасти Иакова раба Своего, и Израиля достояние Свое.
72 ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।
И упасе я в незлобии сердца своего, и в разумех руку своею наставил я есть.