< ଗୀତସଂହିତା 8 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
For the music director. On the gittith. A psalm of David. Lord, our Lord, your magnificent reputation fills the earth! Your majesty is greater than the heavens above,
2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
and is sung by the voices of children and infants. Your strength counters your opponents, silencing the enemy and the avenger.
3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, )
When I contemplate the heavens that your hands made, the moon and stars that you placed there,
4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
What are human beings that you should concern yourself with them? What are people that you should care for them?
5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
You created them a little lower than God, crowning them with glory and majesty.
6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
You put them in charge of all that you made, giving them authority over everything:
7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
the sheep, the cattle, and the wild animals,
8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
the birds in the sky, and the fish in the sea—everything that swims in the ocean.
9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
Lord, our Lord, your magnificent reputation fills the earth!

< ଗୀତସଂହିତା 8 >