< ଗୀତସଂହିତା 8 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ।
Oh Gospod, naš Gospod, kako odlično je tvoje ime na vsej zemlji! Ki si svojo slavo postavil nad nebo.
2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
Iz ust otročičev in dojenčkov si zaradi svojih sovražnikov odredil moč, da bi lahko utišal sovražnika in maščevalca.
3 ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ, )
Ko opazujem tvoje nebo, delo tvojih prstov, luno in zvezde, ki si jih odredil;
4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ?
kaj je človek, da misliš nanj? In človeški sin, da ga obiskuješ?
5 ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
Kajti naredil si ga malo nižjega kot angele in ga okronal s slavo in častjo.
6 ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
Naredil si, da ima gospostvo nad deli tvojih rok; vse stvari si položil pod njegova stopala.
7 ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
Vse ovce in vole, da in poljske živali,
8 ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
zračno perjad in ribe morja in karkoli se giblje skozi morske steze.
9 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
Oh Gospod, naš Gospod, kako odlično je tvoje ime na vsej zemlji!