< ଗୀତସଂହିତା 80 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
亞薩的詩,交與伶長。調用為證的百合花。 領約瑟如領羊群之以色列的牧者啊,求你留心聽! 坐在二基路伯上的啊,求你發出光來!
2 ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
在以法蓮、便雅憫、瑪拿西前面 施展你的大能,來救我們。
3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
上帝啊,求你使我們回轉, 使你的臉發光,我們便要得救!
4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
耶和華-萬軍之上帝啊, 你向你百姓的禱告發怒,要到幾時呢?
5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
你以眼淚當食物給他們吃, 又多量出眼淚給他們喝。
6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
你使鄰邦因我們紛爭; 我們的仇敵彼此戲笑。
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
萬軍之上帝啊,求你使我們回轉, 使你的臉發光,我們便要得救!
8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।
你從埃及挪出一棵葡萄樹, 趕出外邦人,把這樹栽上。
9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
你在這樹根前預備了地方, 它就深深扎根,爬滿了地。
10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
它的影子遮滿了山, 枝子好像佳美的香柏樹。
11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
它發出枝子,長到大海, 發出蔓子,延到大河。
12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
你為何拆毀這樹的籬笆, 任憑一切過路的人摘取?
13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।
林中出來的野豬把它糟踏; 野地的走獸拿它當食物。
14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
萬軍之上帝啊,求你回轉! 從天上垂看,眷顧這葡萄樹,
15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
保護你右手所栽的 和你為自己所堅固的枝子。
16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
這樹已經被火焚燒,被刀砍伐; 他們因你臉上的怒容就滅亡了。
17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
願你的手扶持你右邊的人, 就是你為自己所堅固的人子。
18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
這樣,我們便不退後離開你; 求你救活我們,我們就要求告你的名。
19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
耶和華-萬軍之上帝啊,求你使我們回轉, 使你的臉發光,我們便要得救!

< ଗୀତସଂହିତା 80 >