< ଗୀତସଂହିତା 80 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। ହେ ଇସ୍ରାଏଲର ପାଳକ, ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ।
Kwa mwimbishaji. Mtindo wa “Yungiyungi za Agano.” Zaburi ya Asafu. Ee Mchungaji wa Israeli tusikie, wewe umwongozaye Yosefu kama kundi; wewe uketiye katika kiti cha enzi katikati ya makerubi, angaza
2 ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
mbele ya Efraimu, Benyamini na Manase. Uamshe nguvu zako, uje utuokoe.
3 ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Ee Mungu, uturejeshe, utuangazie uso wako, ili tuweze kuokolewa.
4 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ?
Ee Bwana Mungu Mwenye Nguvu Zote, hata lini hasira yako itawaka na kufoka moshi dhidi ya maombi ya watu wako?
5 ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
Umewalisha kwa mkate wa machozi, umewafanya wanywe machozi bakuli tele.
6 ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
Tumekuwa chanzo cha ugomvi kwa jirani zetu, na adui zetu wanatudhihaki.
7 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Ee Mungu Mwenye Nguvu Zote, uturejeshe; utuangazie uso wako, nasi tuweze kuokolewa.
8 ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।
Ulileta mzabibu kutoka Misri, ukawafukuza mataifa, ukaupanda.
9 ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
Uliandaa shamba kwa ajili yake, mizizi ikawa imara, ukajaza nchi.
10 ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସ ବୃକ୍ଷ ତୁଲ୍ୟ ହେଲେ।
Milima ilifunikwa kwa kivuli chake, matawi yake yakafunika mierezi mikubwa.
11 ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
Matawi yake yalienea mpaka Baharini, machipukizi yake mpaka kwenye Mto.
12 କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?
Mbona umebomoa kuta zake ili wote wapitao karibu wazichume zabibu zake?
13 ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।
Nguruwe mwitu wanauharibu na wanyama wa kondeni hujilisha humo.
14 ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
Turudie, Ee Mungu Mwenye Nguvu Zote! Tazama chini kutoka mbinguni na uone! Linda mzabibu huu,
15 ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
mche ulioupanda kwa mkono wako wa kuume, mwana uliyemlea kwa ajili yako mwenyewe.
16 ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
Mzabibu wako umekatwa, umechomwa moto, unapowakemea, watu wako huangamia.
17 ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
Mkono wako na utulie juu ya mtu aliyeko mkono wako wa kuume, mwana wa mtu uliyemlea kwa ajili yako mwenyewe.
18 ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରିଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
Ndipo hatutakuacha tena, utuhuishe, nasi tutaliitia jina lako.
19 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
Ee Bwana Mungu Mwenye Nguvu Zote, uturejeshe; utuangazie uso wako, ili tuweze kuokolewa.

< ଗୀତସଂହିତା 80 >