< ଗୀତସଂହିତା 81 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
לַמְנַצֵּ֬חַ ׀ עַֽל־הַגִּתִּ֬ית לְאָסָֽף׃ הַ֭רְנִינוּ לֵאלֹהִ֣ים עוּזֵּ֑נוּ הָ֝רִ֗יעוּ לֵאלֹהֵ֥י יַעֲקֹֽב׃
2 ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ।
שְֽׂאוּ־זִ֭מְרָה וּתְנוּ־תֹ֑ף כִּנּ֖וֹר נָעִ֣ים עִם־נָֽבֶל׃
3 ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ।
תִּקְע֣וּ בַחֹ֣דֶשׁ שׁוֹפָ֑ר בַּ֝כֵּ֗סֶה לְי֣וֹם חַגֵּֽנוּ׃
4 କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ୱରଙ୍କ ବିଧାନ ଅଟେ।
כִּ֤י חֹ֣ק לְיִשְׂרָאֵ֣ל ה֑וּא מִ֝שְׁפָּ֗ט לֵאלֹהֵ֥י יַעֲקֹֽב׃
5 ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ।
עֵ֤דוּת ׀ בִּֽיה֘וֹסֵ֤ף שָׂמ֗וֹ בְּ֭צֵאתוֹ עַל־אֶ֣רֶץ מִצְרָ֑יִם שְׂפַ֖ת לֹא־יָדַ֣עְתִּי אֶשְׁמָֽע׃
6 “ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା।
הֲסִיר֣וֹתִי מִסֵּ֣בֶל שִׁכְמ֑וֹ כַּ֝פָּ֗יו מִדּ֥וּד תַּעֲבֹֽרְנָה׃
7 ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ। (ସେଲା)
בַּצָּרָ֥ה קָרָ֗אתָ וָאֲחַ֫לְּצֶ֥ךָּ אֶ֭עֶנְךָ בְּסֵ֣תֶר רַ֑עַם אֶבְחָֽנְךָ֨ עַל־מֵ֖י מְרִיבָ֣ה סֶֽלָה׃
8 ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯଦି ତୁମ୍ଭେ ଆମ୍ଭ କଥା ଶୁଣନ୍ତ!
שְׁמַ֣ע עַ֭מִּי וְאָעִ֣ידָה בָּ֑ךְ יִ֝שְׂרָאֵ֗ל אִם־תִּֽשְׁמַֽע־לִֽי׃
9 ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ।
לֹֽא־יִהְיֶ֣ה בְ֭ךָ אֵ֣ל זָ֑ר וְלֹ֥א תִ֝שְׁתַּחֲוֶ֗ה לְאֵ֣ל נֵכָֽר׃
10 ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା।
אָנֹכִ֨י ׀ יְה֘וָ֤ה אֱלֹהֶ֗יךָ הַֽ֭מַּעַלְךָ מֵאֶ֣רֶץ מִצְרָ֑יִם הַרְחֶב־פִּ֝֗יךָ וַאֲמַלְאֵֽהוּ׃
11 ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ।
וְלֹא־שָׁמַ֣ע עַמִּ֣י לְקוֹלִ֑י וְ֝יִשְׂרָאֵ֗ל לֹא־אָ֥בָה לִֽי׃
12 ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ିଦେଲୁ।
וָֽ֭אֲשַׁלְּחֵהוּ בִּשְׁרִיר֣וּת לִבָּ֑ם יֵ֝לְכ֗וּ בְּֽמוֹעֲצוֹתֵיהֶֽם׃
13 ଆହା, ଯଦି ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେ! ଯଦି ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
ל֗וּ עַ֭מִּי שֹׁמֵ֣עַֽ לִ֑י יִ֝שְׂרָאֵ֗ל בִּדְרָכַ֥י יְהַלֵּֽכוּ׃
14 ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ।
כִּ֭מְעַט אוֹיְבֵיהֶ֣ם אַכְנִ֑יעַ וְעַ֥ל צָ֝רֵיהֶ֗ם אָשִׁ֥יב יָדִֽי׃
15 ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।
מְשַׂנְאֵ֣י יְ֭הוָה יְכַֽחֲשׁוּ־ל֑וֹ וִיהִ֖י עִתָּ֣ם לְעוֹלָֽם׃
16 ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ।”
וַֽ֭יַּאֲכִילֵהוּ מֵחֵ֣לֶב חִטָּ֑ה וּ֝מִצּ֗וּר דְּבַ֣שׁ אַשְׂבִּיעֶֽךָ׃

< ଗୀତସଂହିତା 81 >