< ଗୀତସଂହିତା 82 >
1 ଆସଫର ଗୀତ। ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ଠିଆ ହୁଅନ୍ତି; ସେ ଦେବତାମାନଙ୍କ ବିଚାର କରନ୍ତି।
かみは神のつどひの中にたちたまふ 神はもろもろの神のなかに審判をなしたまふ
2 “ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ? (ସେଲା)
なんぢらは正からざる審判をなし あしきものの身をかたよりみて幾何時をへんとするや (セラ)
3 ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
よわきものと孤兒とのためにさばき苦しむものと乏しきものとのために公平をほどこせ
4 ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।”
弱きものと貧しきものとをすくひ彼等をあしきものの手よりたすけいだせ
5 ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
かれらは知ることなく悟ることなくして暗中をゆきめぐりぬ 地のもろもろの基はうごきたり
6 ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
我いへらく なんぢらは神なりなんぢらはみな至上者の子なりと
7 ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
然どなんぢらは人のごとくに死もろもろの侯のなかの一人のごとく仆れん
8 ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।
神よおきて全地をさばきたまへ 汝もろもろの國を嗣たまふべければなり