< ଗୀତସଂହିତା 83 >

1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
A song. A Psalm of Asaph. O God, be not silent; be not speechless; be not still, O God.
2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
See how Your enemies rage, how Your foes have reared their heads.
3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
With cunning they scheme against Your people and conspire against those You cherish,
4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
saying, “Come, let us erase them as a nation; may the name of Israel be remembered no more.”
5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
For with one mind they plot together, they form an alliance against You—
6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
the tents of Edom and the Ishmaelites, of Moab and the Hagrites,
7 ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
of Gebal, Ammon, and Amalek, of Philistia with the people of Tyre.
8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
Even Assyria has joined them, lending strength to the sons of Lot.
9 ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
Do to them as You did to Midian, as to Sisera and Jabin at the River Kishon,
10 ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
who perished at Endor and became like dung on the ground.
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
Make their nobles like Oreb and Zeeb, and all their princes like Zebah and Zalmunna,
12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
who said, “Let us possess for ourselves the pastures of God.”
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Make them like tumbleweed, O my God, like chaff before the wind.
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
As fire consumes a forest, as a flame sets the mountains ablaze,
15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
so pursue them with Your tempest, and terrify them with Your storm.
16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
Cover their faces with shame, that they may seek Your name, O LORD.
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
May they be ever ashamed and terrified; may they perish in disgrace.
18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
May they know that You alone, whose name is the LORD, are Most High over all the earth.

< ଗୀତସଂହିତା 83 >