< ଗୀତସଂହିତା 83 >
1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
Ein Gesang, ein Lied, von Asaph. Gott, sei nicht still! Schweig nicht! Bleib nicht so ruhig, Gott!
2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
Denn siehe, Deine Feinde sind geschäftig; das Haupt erheben Deine Hasser.
3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
Sie halten, Deinem Volk zuwider, listig Rat, beraten gegen Deine Schutzbefohlenen.
4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
Sie sprechen: "Auf, wir wollen sie als Volk vernichten. Nie werde mehr des Namen Israels gedacht!"
5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
Einmütig halten Rat und schließen gegen Dich ein Bündnis
6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
Edoms und Ismaels Gezelte, Moabs und die der Agarener,
7 ଗବାଲ, ଅମ୍ମୋନ, ଅମାଲେକ୍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Gebal, Ammon und Amalek, Philisterland und Tyrier.
8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
Auch Assur schließt sich ihnen an; sie leihen ihren Arm den Söhnen Lots. (Sela)
9 ମିଦୀୟନ ଦେଶ ପ୍ରତି, କୀଶୋନ୍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
Behandle sie wie Midian, wie Sisara, wie Jabin an dem Kisonsbach!
10 ସେମାନେ ଐନ୍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Zu Endor wurden sie vertilgt; sie wurden Dünger für das Ackerfeld.
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍ ଓ ସେବ୍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
Tu ihren Edlen wie Oreb und Zeeb, wie Zeba und Salmunna, allen ihren Fürsten!
12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
Sie sprechen: "Lasset Gottes Auen uns erobern!"
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Mein Gott! Mach sie dem Wirbellaube gleich, den Stoppeln vor dem Winde!
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
Wie Feuer, das den Wald verzehrt, wie Flammen, Berge sengend,
15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
jag ihnen nach mit Deinem Wetter! Und schreckt sie mit Deinem Sturme!
16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
Füll an ihr Angesicht mit Schmach, auf daß sie Deinen Namen fürchten, Herr!
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
Sie sollen schämen sich, für immerdar verwirrt, mit Schanden untergehen!
18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Dann merken sie, daß Du mit Deinem Namen heißest