< ଗୀତସଂହିତା 83 >

1 ଗୀତ, ଆସଫର ଗୀତ। ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ।
Ee Mungu, usikae kimya! usitupuuze na kustarehe, Ee Mungu.
2 କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇଅଛନ୍ତି।
Tazama, adui zako wanafanya vurugu, na wale wakuchukiao wameinua vichwa vyao.
3 ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
Wanafanya hila juu ya watu wako na kwa pamoja kupanga njama dhidi ya wale uwalindao. Wamesema,
4 ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
“Njoni na tuwaangamize wao kama taifa. Kisha jina la Israeli halitakumbukwa.”
5 କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
Wamepanga njama pamoja wakiwa na mkakati mmoja; wamefanya muungano dhidi yako.
6 ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
Hii inajumuisha hema za Edomu na Waishmaeli, na watu wa Moabu na Wahagari, ambao wamepanga njama pamoja nao
7 ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
Gebal, Amoni, Amaleki; pia inajumuisha Filisti na wenyeji wa Tiro.
8 ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। (ସେଲା)
Ashuri pia ameshirikina nao; wanawasaidia wana wa Lutu. Serah
9 ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
Ufanye kwao kama ulivyofanya kwa Midiani, kama ulivyofanya kwa Sisera na kwa Yabini kwenye Mto Kishoni.
10 ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
Waliangamizwa kule Endori na wakawa kama mbolea juu ya chi.
11 ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
Uvifanye vyeo vyao kama Oreb na Zeeb, na wakuu wao wote kama Zeba na Zalmuna.
12 ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
Wao walisema, natujimilikishe malisho ya Mungu.”
13 ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
Ee Mungu wangu, uwafanye kama mavumbi ya kisulisuli, kama makapi mbele ya upepo,
14 ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
Kama moto uteketezao msitu, na kama miali ya moto iwakayo milimani.
15 ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
Uwafuatie kwa tufani yako, na kuwafadhaisha kwa dhoruba yako.
16 ହେ ସଦାପ୍ରଭୋ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
Uwajaze nyuso zao kwa aibu ili kwamba waweze kulitafuta jina lako, Yahwe.
17 ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
Nao waaibishwe na kufadhaishwa milele; waangamizwe katika aibu.
18 ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।
Kisha watajua kwamba ni wewe pekee, Yahwe, Uliye Juu ya nchi yote.

< ଗୀତସଂହିତା 83 >