< ଗୀତସଂହିତା 84 >
1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
(Til Sangmesteren. Al-haggittit. Af Koras Sønner. En Salme.) Hvor elskelig er dine boliger, Hærskares Herre!
2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
Af Længsel efter HERRENs Forgårde vansmægtede min Sjæl, nu jubler mit Hjerte og Kød for den levende Gud!
3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
Ja, Spurven fandt sig et Hjem og Svalen en Rede, hvor den har sine Unger - dine Altre, Hærskarers HERRE, min Konge og Gud!
4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। (ସେଲା)
Salige de, der bor i dit Hus, end skal de love dig. (Sela)
5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
Salig den, hvis Styrke er i dig, når hans Hu står til Højtidsrejser!
6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
Når de går gennem Bakadalen, gør de den til Kildevang, og Tidligregnen hyller den i Velsignelser.
7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
Fra Kraft til Kraft går de frem, de stedes for Gud på Zion.
8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। (ସେଲା)
Hør min Bøn, o HERRE, Hærskarers Gud, Lyt til, du Jakobs Gud! (Sela)
9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
Gud, vort Skjold, se til og vend dit Blik til din Salvedes Åsyn!
10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
Thi bedre een Dag i din Forgård end tusinde ellers, hellere ligge ved min Guds Hus's Tærskel end dvæle i Gudløsheds Telte.
11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Thi Gud HERREN er Sol og Skjold, HERREN giver Nåde og Ære; dem, der vandrer i Uskyld, nægter han intet godt.
12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
Hærskarers HERRE, salig er den, der stoler på dig!