< ଗୀତସଂହିତା 84 >

1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍‍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ହେ ସୈନ୍ୟାଧିପତି ସଦାପ୍ରଭୋ, ତୁମ୍ଭର ଆବାସ କିପରି ପ୍ରିୟତମ!
in finem pro torcularibus filiis Core psalmus quam dilecta tabernacula tua Domine virtutum
2 ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।
concupiscit et defecit anima mea in atria Domini cor meum et caro mea exultavit in Deum vivum
3 ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍‍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,
etenim passer invenit sibi domum et turtur nidum sibi ubi ponat pullos suos altaria tua Domine virtutum rex meus et Deus meus
4 ଯେଉଁମାନେ ତୁମ୍ଭ ଗୃହରେ ବାସ କରନ୍ତି, ସେମାନେ ଧନ୍ୟ; ସେମାନେ ନିରନ୍ତର ତୁମ୍ଭର ପ୍ରଶଂସା କରୁଥିବେ। (ସେଲା)
beati qui habitant in domo tua in saecula saeculorum laudabunt te diapsalma
5 ଯାହାର ବଳ ତୁମ୍ଭଠାରେ ଥାଏ, ଯାହାର ହୃଦୟରେ ସିୟୋନଗାମୀ ରାଜପଥ ଥାଏ, ସେ ଲୋକ ଧନ୍ୟ।
beatus vir cui est auxilium abs te ascensiones in corde suo disposuit
6 ସେମାନେ କ୍ରନ୍ଦନ ଉପତ୍ୟକାରେ ଗମନ କରୁ କରୁ ତାହାକୁ ଝରଣା ସ୍ଥାନ କରନ୍ତି; ଆଦ୍ୟ ବୃଷ୍ଟି ନାନା ମଙ୍ଗଳରେ ତାହା ଭୂଷିତ କରେ।
in valle lacrimarum in loco quem posuit
7 ସେମାନେ ଉତ୍ତରୋତ୍ତର ବଳବାନ ହୋଇ ଅଗ୍ରସର ହୁଅନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ସିୟୋନରେ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହୁଅନ୍ତି।
etenim benedictiones dabit legis dator ibunt de virtute in virtutem videbitur Deus deorum in Sion
8 ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ମୋହର ପ୍ରାର୍ଥନା ଶୁଣ; ହେ ଯାକୁବର ପରମେଶ୍ୱର, କର୍ଣ୍ଣପାତ କର। (ସେଲା)
Domine Deus virtutum exaudi orationem meam auribus percipe Deus Iacob diapsalma
9 ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପରମେଶ୍ୱର, ଦୃଷ୍ଟିପାତ କର ଓ ଆପଣା ଅଭିଷିକ୍ତଙ୍କ ମୁଖକୁ ଅନାଅ।
protector noster aspice Deus et respice in faciem christi tui
10 କାରଣ ସହସ୍ର ଦିନ ଅପେକ୍ଷା ତୁମ୍ଭ ପ୍ରାଙ୍ଗଣରେ ଏକ ଦିନ ଭଲ; ଦୁଷ୍ଟତାର ତମ୍ବୁରେ ବାସ କରିବା ଅପେକ୍ଷା ଆମ୍ଭ ପରମେଶ୍ୱରଙ୍କ ଗୃହରେ ଦ୍ୱାରୀ ହେବାର ବରଞ୍ଚ ଆମ୍ଭେ ଭଲ ଜାଣୁ।
quia melior est dies una in atriis tuis super milia elegi abiectus esse in domo Dei mei magis quam habitare in tabernaculis peccatorum
11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
quia misericordiam et veritatem diligit Deus gratiam et gloriam dabit Dominus
12 ହେ ସୈନ୍ୟାଧିପତି ପରମେଶ୍ୱର, ଯେଉଁ ଲୋକ ତୁମ୍ଭଠାରେ ଶରଣ ନିଏ, ସେ ଧନ୍ୟ।
non privabit bonis eos qui ambulant in innocentia Domine virtutum beatus vir qui sperat in te

< ଗୀତସଂହିତା 84 >