< ଗୀତସଂହିତା 85 >

1 ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ।
למנצח לבני-קרח מזמור ב רצית יהוה ארצך שבת שבות (שבית) יעקב
2 ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ। (ସେଲା)
נשאת עון עמך כסית כל-חטאתם סלה
3 ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତାରୁ ବିମୁଖ ହୋଇଅଛ।
אספת כל-עברתך השיבות מחרון אפך
4 ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।
שובנו אלהי ישענו והפר כעסך עמנו
5 ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷ-ପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
הלעולם תאנף-בנו תמשך אפך לדר ודר
6 ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
הלא-אתה תשוב תחינו ועמך ישמחו-בך
7 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର।
הראנו יהוה חסדך וישעך תתן-לנו
8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
אשמעה-- מה-ידבר האל יהוה כי ידבר שלום--אל-עמו ואל-חסידיו ואל-ישובו לכסלה
9 ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି।
אך קרוב ליראיו ישעו לשכן כבוד בארצנו
10 ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି।
חסד-ואמת נפגשו צדק ושלום נשקו
11 ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି।
אמת מארץ תצמח וצדק משמים נשקף
12 ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ।
גם-יהוה יתן הטוב וארצנו תתן יבולה
13 ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
צדק לפניו יהלך וישם לדרך פעמיו

< ଗୀତସଂହିତା 85 >