< ଗୀତସଂହିତା 86 >

1 ଦାଉଦଙ୍କର ପ୍ରାର୍ଥନା। ହେ ସଦାପ୍ରଭୋ, କର୍ଣ୍ଣ ଡେରି ମୋତେ ଉତ୍ତର ଦିଅ; କାରଣ ମୁଁ ଦରିଦ୍ର ଓ ଦୀନହୀନ।
En bønn av David. Bøi, Herre, ditt øre, svar mig! for jeg er elendig og fattig.
2 ମୋହର ପ୍ରାଣ ରକ୍ଷା କର; ଯେହେତୁ ମୁଁ ଈଶ୍ୱରପରାୟଣ; ହେ ମୋହର ପରମେଶ୍ୱର, ତୁମ୍ଭଠାରେ ଭରସାକାରୀ ଦାସର ପରିତ୍ରାଣ କର।
Bevar min sjel! for jeg er from. Frels din tjener, du min Gud, ham som setter sin lit til dig!
3 ହେ ପ୍ରଭୋ, ମୋʼ ପ୍ରତି ଦୟାଳୁ ହୁଅ; କାରଣ ମୁଁ ସାରାଦିନ ତୁମ୍ଭ ନିକଟରେ ଡାକ ପକାଏ।
Vær mig nådig, Herre! for til dig roper jeg hele dagen.
4 ଆପଣା ଦାସର ପ୍ରାଣ ଆନନ୍ଦିତ କର; କାରଣ ହେ ପ୍ରଭୋ, ମୁଁ ତୁମ୍ଭଆଡ଼େ ଆପଣା ପ୍ରାଣ ଉଠାଏ।
Gled din tjeners sjel! for til dig, Herre, løfter jeg min sjel.
5 ଯେହେତୁ ହେ ପ୍ରଭୋ, ତୁମ୍ଭେ ମଙ୍ଗଳମୟ ଓ କ୍ଷମା କରିବାକୁ ପ୍ରସ୍ତୁତ, ପୁଣି, ତୁମ୍ଭ ନିକଟରେ ପ୍ରାର୍ଥନାକାରୀ ସମସ୍ତଙ୍କ ପ୍ରତି ଦୟାରେ ମହାନ।
For du, Herre, er god og villig til å forlate og rik på miskunnhet mot alle dem som påkaller dig.
6 ହେ ସଦାପ୍ରଭୋ, ମୋʼ ପ୍ରାର୍ଥନାରେ କର୍ଣ୍ଣପାତ କର ଓ ମୋʼ ନିବେଦନର ରବରେ ମନୋଯୋଗ କର।
Vend øret, Herre, til min bønn, og merk på mine inderlige bønners røst!
7 ମୋହର ସଙ୍କଟ ଦିନରେ ମୁଁ ତୁମ୍ଭଙ୍କୁ ଡାକିବି; କାରଣ ତୁମ୍ଭେ ମୋତେ ଉତ୍ତର ଦେବ।
På min nøds dag kaller jeg på dig, for du svarer mig.
8 ହେ ପ୍ରଭୋ, ଦେବଗଣ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ; କିଅବା ତୁମ୍ଭ କର୍ମ ତୁଲ୍ୟ ଆଉ କୌଣସି କର୍ମ ନାହିଁ।
Ingen er som du blandt gudene, Herre, og intet er som dine gjerninger.
9 ହେ ପ୍ରଭୋ, ତୁମ୍ଭର ସୃଷ୍ଟ ସକଳ ଦେଶୀୟ ଲୋକ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ ଓ ସେମାନେ ତୁମ୍ଭ ନାମର ଗୌରବ କରିବେ।
Alle hedningene, som du har skapt, skal komme og tilbede for ditt åsyn, Herre, og ære ditt navn.
10 କାରଣ ତୁମ୍ଭେ ମହାନ ଓ ଆଶ୍ଚର୍ଯ୍ୟକର୍ମ କରୁଥାଅ। ତୁମ୍ଭେ ଏକମାତ୍ର ପରମେଶ୍ୱର ଅଟ।
For du er stor og den som gjør undergjerninger; du alene er Gud.
11 ହେ ସଦାପ୍ରଭୋ, ତୁମ୍ଭର ପଥ ମୋତେ ଶିଖାଅ, ମୁଁ ତୁମ୍ଭ ସତ୍ୟତାରେ ଗମନ କରିବି; ତୁମ୍ଭ ନାମକୁ ଭୟ କରିବା ପାଇଁ ମୋତେ ଏକମନା କର।
Lær mig, Herre, din vei! Jeg vil vandre i din sannhet. Gi mig et udelt hjerte til å frykte ditt navn!
12 ହେ ପ୍ରଭୋ, ମୋʼ ପରମେଶ୍ୱର, ମୁଁ ସର୍ବାନ୍ତଃକରଣରେ ତୁମ୍ଭର ପ୍ରଶଂସା କରିବି ଓ ମୁଁ ଅନନ୍ତକାଳ ତୁମ୍ଭ ନାମର ଗୌରବ କରିବି।
Jeg vil prise dig, Herre min Gud, av hele mitt hjerte, og jeg vil ære ditt navn evindelig.
13 କାରଣ ମୋʼ ପ୍ରତି ତୁମ୍ଭର ଦୟା ମହତ୍; ପୁଣି, ତୁମ୍ଭେ ନୀଚସ୍ଥ ପାତାଳରୁ ମୋʼ ପ୍ରାଣକୁ ଉଦ୍ଧାର କରିଅଛ। (Sheol h7585)
For din miskunnhet er stor over mig, og du har utfridd min sjel av det dype dødsrike. (Sheol h7585)
14 ହେ ପରମେଶ୍ୱର, ଅହଙ୍କାରୀମାନେ ମୋʼ ବିରୁଦ୍ଧରେ ଉଠିଅଛନ୍ତି, ଦୁରନ୍ତ ଲୋକଙ୍କ ମଣ୍ଡଳୀ ମୋʼ ପ୍ରାଣ ଚାହିଁଅଛନ୍ତି, ସେମାନେ ଆପଣା ଆପଣା ସମ୍ମୁଖରେ ତୁମ୍ଭଙ୍କୁ ରଖି ନାହାନ୍ତି।
Gud! Overmodige har reist sig imot mig, og en hop av voldsmenn står mig efter livet, og de har ikke dig for øie.
15 ମାତ୍ର ହେ ପ୍ରଭୋ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Men du, Herre, er en barmhjertig og nådig Gud, langmodig og rik på nåde og sannhet.
16 ଆହେ, ମୋʼ ପ୍ରତି ଫେର ଓ ମୋତେ ଦୟା କର; ତୁମ୍ଭ ଦାସକୁ ତୁମ୍ଭର ଶକ୍ତି ପ୍ରଦାନ କର, ପୁଣି, ତୁମ୍ଭ ଦାସୀର ପୁତ୍ରକୁ ପରିତ୍ରାଣ କର।
Vend dig til mig og vær mig nådig, gi din tjener din styrke og frels din tjenestekvinnes sønn!
17 ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋʼ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ମୋତେ ସାହାଯ୍ୟ କରିଅଛ ଓ ସାନ୍ତ୍ୱନା ଦେଇଅଛ।
Gjør et tegn med mig til det gode, forat mine avindsmenn kan se det og bli til skamme, fordi du, Herre, har hjulpet mig og trøstet mig.

< ଗୀତସଂହିତା 86 >