< ଗୀତସଂହିତା 87 >
1 ଗୀତ; କୋରହ-ସନ୍ତାନଗଣର ଗୀତ। ତାହାଙ୍କ ଭିତ୍ତିମୂଳ ପବିତ୍ର ପର୍ବତ ଉପରେ ସ୍ଥାପିତ।
ヱホバの基はきよき山にあり
2 ସଦାପ୍ରଭୁ ଯାକୁବର ସମସ୍ତ ବାସସ୍ଥାନ ଅପେକ୍ଷା ସିୟୋନର ଦ୍ୱାରସମୂହକୁ ଅଧିକ ସ୍ନେହ କରନ୍ତି।
ヱホバはヤコブのすべての住居にまさりてシオンのもろもろの門を愛したまふ
3 ହେ ପରମେଶ୍ୱରଙ୍କ ନଗରୀ, ତୁମ୍ଭ ବିଷୟରେ ନାନାବିଧ ଗୌରବର କଥା କଥିତ ଅଛି। (ସେଲା)
神の都よなんぢにつきておほくの榮光のことを語りはやせり (セラ)
4 ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”
われはラハブ、バビロンをも我をしるものの中にあげん ペリシテ、ツロ、エテオピアを視よこの人はかしこに生れたりといはん
5 ଆହୁରି, ସିୟୋନ ବିଷୟରେ କୁହାଯିବ, “ଏଜଣ ଓ ସେଜଣ ତହିଁ ମଧ୍ୟରେ ଜାତ ହେଲେ;” ପୁଣି, ସର୍ବୋପରିସ୍ଥ ସ୍ୱୟଂ ତାହା ସୁସ୍ଥିର କରିବେ।
シオンにつきては如此いはん 此もの彼ものその中にうまれたり至上者みづからシオンを立たまはんと
6 ସଦାପ୍ରଭୁ ଗୋଷ୍ଠୀବର୍ଗର ନାମ ଲେଖିବା ସମୟରେ, “ଏଜଣ ସେଠାରେ ଜାତ ହେଲା” ବୋଲି ଗଣନା କରିବେ। (ସେଲା)
ヱホバもろもろの民をしるしたまふ時このものは彼處にうまれたりと算へあげたまはん (セラ)
7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
うたふもの踊るもの皆いはん わがもろもろの泉はなんぢの中にありと