< ଗୀତସଂହିତା 88 >
1 ଗୀତ; କୋରହ-ସନ୍ତାନଗଣର ଗୀତ। ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ଲୀୟନ୍ନୋତ୍ ସ୍ୱରରେ ଇଷ୍ରାହୀୟ ହେମନର ମସ୍କୀଲ୍। ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;
Jehová Dios de mi salud, día y noche clamo delante de ti.
2 ମୋʼ ପ୍ରାର୍ଥନା ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ମୋʼ କାକୂକ୍ତିରେ କର୍ଣ୍ଣପାତ କର;
Entre delante de ti mi oración: inclina tu oído a mi clamor.
3 କାରଣ ମୋʼ ପ୍ରାଣ ଦୁଃଖରେ ପରିପୂର୍ଣ୍ଣ ଓ ମୋʼ ଜୀବନ ପାତାଳର ନିକଟବର୍ତ୍ତୀ ହେଉଅଛି। (Sheol )
Porque mi alma está harta de males: y mi vida ha llegado a la sepultura. (Sheol )
4 ମୁଁ ଗର୍ତ୍ତଗାମୀ ଲୋକମାନଙ୍କ ସଙ୍ଗେ ଗଣିତ; ମୁଁ ଅସହାୟ ଲୋକର ସମାନ।
Soy contado con los que descienden al sepulcro: soy como hombre sin fuerza;
5 ଯେଉଁ କବରଶାୟୀ ହତ ଲୋକମାନଙ୍କୁ ତୁମ୍ଭେ ଆଉ ସ୍ମରଣ କରୁ ନାହଁ ଓ ଯେଉଁମାନେ ତୁମ୍ଭ ହସ୍ତରୁ ବିଚ୍ଛିନ୍ନ ହୋଇଅଛନ୍ତି, ସେହି ମୃତ ଲୋକମାନଙ୍କ ମଧ୍ୟରେ ମୁଁ ତ୍ୟକ୍ତ ହୋଇଅଛି।
Librado entre los muertos. Como los matados que duermen en el sepulcro: que no te acuerdas más de ellos, y que son cortados de tu mano.
6 ତୁମ୍ଭେ ମୋତେ ନୀଚତମ ଗତ୍ତର୍ରେ, ଅନ୍ଧକାରରେ, ଗଭୀର ସ୍ଥାନରେ ରଖିଅଛ।
Hásme puesto en el hoyo profundo: en tinieblas, en honduras.
7 ତୁମ୍ଭର କୋପ ମୋʼ ଉପରେ ପ୍ରବଳ ହୋଇ ରହୁଅଛି ଓ ତୁମ୍ଭେ ଆପଣାର ସମସ୍ତ ତରଙ୍ଗରେ ମୋତେ କ୍ଳେଶ ଦେଇଅଛ। (ସେଲା)
Sobre mí se ha acostado tu ira: y con todas tus ondas me has afligido. (Selah)
8 ତୁମ୍ଭେ ମୋହର ପରିଚିତ ଲୋକମାନଙ୍କୁ ମୋʼ ଠାରୁ ଦୂରରେ ରଖିଅଛ; ତୁମ୍ଭେ ସେମାନଙ୍କ ନିକଟରେ ମୋତେ ଘୃଣାର ବିଷୟ କରିଅଛ। ମୁଁ ଅବରୁଦ୍ଧ ହୋଇଅଛି ଓ ମୁଁ ବାହାରକୁ ଆସି ପାରୁ ନାହିଁ।
Has alejado de mí mis conocidos: hásme puesto a ellos por abominaciones: estoy encerrado, y no saldré.
9 କ୍ଳେଶ ସକାଶୁ ମୋʼ ଚକ୍ଷୁ କ୍ଷୀଣ ହେଉଅଛି; ହେ ସଦାପ୍ରଭୋ, ମୁଁ ପ୍ରତିଦିନ ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି, ମୁଁ ତୁମ୍ଭଆଡ଼େ ଆପଣା ହସ୍ତ ପ୍ରସାରିଅଛି।
Mis ojos enfermaron a causa de mi aflicción: te he llamado, o! Jehová, cada día he extendido a ti mis manos.
10 ତୁମ୍ଭେ କି ମୃତ ଲୋକମାନଙ୍କୁ ଆଶ୍ଚର୍ଯ୍ୟକ୍ରିୟା ଦେଖାଇବ? ଯେଉଁମାନେ ମରିଯାଇଅଛନ୍ତି, ସେମାନେ ଉଠି କି ତୁମ୍ଭର ପ୍ରଶଂସା କରିବେ? (ସେଲା)
¿Harás milagro a los muertos? ¿Levantarse han los muertos para alabarte? (Selah)
11 କବରରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିଅବା ବିନାଶ ସ୍ଥାନରେ ତୁମ୍ଭର ବିଶ୍ୱସ୍ତତା କି ପ୍ରଚାରିତ ହେବ?
¿Será contada en el sepulcro tu misericordia? ¿tu verdad en la perdición?
12 ଅନ୍ଧକାରରେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟା ଓ ବିସ୍ମୃତି ଦେଶରେ ତୁମ୍ଭର ଧର୍ମ କି ଜଣାଯିବ?
¿Será conocida en las tinieblas tu maravilla? ¿y tu justicia en la tierra del olvido?
13 ମାତ୍ର ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରିଅଛି ଓ ପ୍ରଭାତରେ ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ ଉପସ୍ଥିତ ହେବ।
Y yo a ti, o! Jehová, he clamado: y de mañana te previno mi oración.
14 ହେ ସଦାପ୍ରଭୋ, ତୁମ୍ଭେ କାହିଁକି ମୋʼ ପ୍ରାଣକୁ ପରିତ୍ୟାଗ କରୁଅଛ? ତୁମ୍ଭେ କାହିଁକି ମୋʼ ଠାରୁ ଆପଣା ମୁଖ ଲୁଚାଉଅଛ?
¿Por qué, o! Jehová, desechas a mi alma? ¿ por qué escondes tu rostro de mí?
15 ମୁଁ ବାଲ୍ୟକାଳଠାରୁ ଦୁଃଖଗ୍ରସ୍ତ ଓ ମୃତକଳ୍ପ; ମୁଁ ତୁମ୍ଭ ତ୍ରାସ ଭୋଗ କରି କରି ଉନ୍ମନା ହୋଇଅଛି।
Yo soy afligido y menesteroso: desde la mocedad he llevado tus temores, he estado medroso.
16 ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।
Sobre mí han pasado tus iras; tus espantos me han cortado.
17 ତାହାସବୁ ସାରାଦିନ ଜଳ ପରି ମୋʼ ଚାରିଆଡ଼େ ଉପସ୍ଥିତ; ତାହାସବୁ ଏକତ୍ର ମୋʼ ଚାରିଆଡ଼େ ବେଷ୍ଟନ କଲେ।
Hánme rodeado como aguas de continuo: hánme cercado a una.
18 ତୁମ୍ଭେ ସ୍ନେହୀକୁ ଓ ମିତ୍ରକୁ ମୋʼ ଠାରୁ ଦୂରରେ ଓ ମୋʼ ପରିଚିତ ଲୋକଙ୍କୁ ଅନ୍ଧକାରରେ ରଖିଅଛ।
Has alejado de mí el amigo y el compañero; y mis conocidos en las tinieblas.