< ଗୀତସଂହିତା 9 >

1 ପ୍ରଧାନ ବାଦ୍ୟକର ନିମନ୍ତେ, ମୂତ୍‍-ଲବ୍ବନ୍‍ ସ୍ୱରରେ ଦାଉଦଙ୍କର ଗୀତ। ମୁଁ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୁଁ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି।
To the chief music-maker on Muthlabben. A Psalm. Of David. I will give you praise, O Lord, with all my heart; I will make clear all the wonder of your works.
2 ମୁଁ ତୁମ୍ଭଠାରେ ଆନନ୍ଦ ଓ ଉଲ୍ଲାସ କରିବି; ହେ ସର୍ବୋପରିସ୍ଥ, ମୁଁ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
I will be glad and have delight in you: I will make a song of praise to your name, O Most High.
3 ମୋହର ଶତ୍ରୁମାନେ ଫେରିଯିବା ବେଳେ ତୁମ୍ଭ ସାକ୍ଷାତରେ ଝୁଣ୍ଟି ପଡ଼ି ବିନଷ୍ଟ ହୁଅନ୍ତି।
When my haters are turned back, they will be broken and overcome before you.
4 କାରଣ ତୁମ୍ଭେ ମୋହର ବିଚାର ଓ ବିବାଦ ନିଷ୍ପନ୍ନ କରିଅଛ; ତୁମ୍ଭେ ସିଂହାସନରେ ବସି ଧର୍ମବିଚାର କରିଅଛ।
For you gave approval to my right and my cause; you were seated in your high place judging in righteousness.
5 ତୁମ୍ଭେ ଗୋଷ୍ଠୀୟମାନଙ୍କୁ ଅନୁଯୋଗ କରିଅଛ, ତୁମ୍ଭେ ତୁମ୍ଭ ଦୁଷ୍ଟମାନଙ୍କୁ ସଂହାର କରିଅଛ, ତୁମ୍ଭେ ଅନନ୍ତକାଳ ନିମନ୍ତେ ସେମାନଙ୍କ ନାମ ଲିଭାଇ ଦେଇଅଛ।
You have said sharp words to the nations, you have sent destruction on the sinners, you have put an end to their name for ever and ever.
6 ଶତ୍ରୁମାନେ ଅଦୃଶ୍ୟ ହୋଇଅଛନ୍ତି, ସେମାନେ ସଦାକାଳ ଉଚ୍ଛିନ୍ନ ହୋଇଅଛନ୍ତି; ତୁମ୍ଭେ ନଗରମାନଙ୍କୁ ଉତ୍ପାଟନ କରିଅଛ, ସେମାନଙ୍କର ସ୍ମରଣ ସୁଦ୍ଧା ଲୁପ୍ତ ହୋଇଅଛି।
You have given their towns to destruction; the memory of them has gone; they have become waste for ever.
7 ମାତ୍ର ସଦାପ୍ରଭୁ ଅନନ୍ତକାଳ ରାଜା ରୂପେ ଉପବିଷ୍ଟ; ସେ ବିଚାରାର୍ଥେ ଆପଣା ସିଂହାସନ ପ୍ରସ୍ତୁତ କରିଅଛନ୍ତି।
But the Lord is King for ever: he has made ready his high seat for judging.
8 ପୁଣି, ସେ ଧର୍ମରେ ଜଗତକୁ ବିଚାର କରିବେ, ସେ ନ୍ୟାୟରେ ଗୋଷ୍ଟୀୟମାନଙ୍କର ବିଚାର ସାଧନ କରିବେ।
And he will be the judge of the world in righteousness, giving true decisions for the peoples.
9 ମଧ୍ୟ ସଦାପ୍ରଭୁ ଉପଦ୍ରବଗ୍ରସ୍ତମାନଙ୍କ ନିମନ୍ତେ ଉଚ୍ଚ ଦୁର୍ଗ ହେବେ। ସଙ୍କଟ ସମୟରେ ଉଚ୍ଚ ଦୁର୍ଗ ହେବେ;
The Lord will be a high tower for those who are crushed down, a high tower in times of trouble;
10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୋ, ତୁମ୍ଭେ ଆପଣା ଅନ୍ୱେଷଣକାରୀମାନଙ୍କୁ ପରିତ୍ୟାଗ କରି ନାହଁ।
And those who have knowledge of your name will put their faith in you; because you, Lord, have ever given your help to those who were waiting for you.
11 ସିୟୋନ ନିବାସୀ, ସଦାପ୍ରଭୁଙ୍କର ପ୍ରଶଂସା ଗାନ କର; ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସବୁ ପ୍ରଚାର କର।
Make songs of praise to the Lord, whose house is in Zion: make his doings clear to the people.
12 କାରଣ ଯେ ରକ୍ତପାତର ଅନୁସନ୍ଧାନ କରନ୍ତି, ସେ ସେମାନଙ୍କୁ ସ୍ମରଣ କରନ୍ତି; ସେ ଦୁଃଖୀମାନଙ୍କର କ୍ରନ୍ଦନ ଭୁଲନ୍ତି ନାହିଁ।
When he makes search for blood, he has them in his memory: he is not without thought for the cry of the poor.
13 ହେ ସଦାପ୍ରଭୋ, ହେ ମୃତ୍ୟୁୁଦ୍ୱାରରୁ ମୋହର ଉଠାଇବା କର୍ତ୍ତା, ମୋʼ ପ୍ରତି ଦୟା କର; ମୁଁ ଘୃଣାକାରୀମାନଙ୍କଠାରୁ ଯେଉଁ କ୍ଳେଶ ଭୋଗ କରେ, ତହିଁ ପ୍ରତି ଦୃଷ୍ଟି କର।
Have mercy on me, O Lord, and see how I am troubled by my haters; let me be lifted up from the doors of death;
14 ତହିଁରେ ମୁଁ ତୁମ୍ଭର ସକଳ ପ୍ରଶଂସା ପ୍ରକାଶ କରିବି। ସିୟୋନ କନ୍ୟାର ନଗର-ଦ୍ୱାରରେ ମୁଁ ତୁମ୍ଭ କୃତ ପରିତ୍ରାଣରେ ଉଲ୍ଲାସ କରିବି।
So that I may make clear all your praise in the house of the daughter of Zion: I will be glad because of your salvation.
15 ଗୋଷ୍ଠୀୟମାନେ ଆପଣାମାନଙ୍କ ଚୋରାଗର୍ତ୍ତରେ ମଗ୍ନ ହୋଇଅଛନ୍ତି; ସେମାନେ ଗୋପନରେ ଯେଉଁ ଜାଲ ପାତିଥିଲେ, ତହିଁରେ ସେମାନଙ୍କ ନିଜ ପାଦ ଧରା ଯାଇଅଛି।
The nations have gone down into the hole which they made: in their secret net is their foot taken.
16 ସଦାପ୍ରଭୁ ଆପଣାର ପରିଚୟ ଦେଇଅଛନ୍ତି, ସେ ବିଚାର ସାଧନ କରିଅଛନ୍ତି; ଦୁଷ୍ଟ ନିଜ ହସ୍ତର କର୍ମପାଶରେ ବଦ୍ଧ ହୋଇଅଛି। [ହିଗାୟୋନ୍‍, (ସେଲା)
The Lord has given knowledge of himself through his judging: the evil-doer is taken in the net which his hands had made. (Higgaion, Selah)
17 ଦୁଷ୍ଟମାନେ ଓ ଯେଉଁ ଗୋଷ୍ଠୀୟମାନେ ପରମେଶ୍ୱରଙ୍କୁ ପାସୋରନ୍ତି, ସେମାନେ ସମସ୍ତେ ପାତାଳକୁ ଚାଲିଯିବେ। (Sheol h7585)
The sinners and all the nations who have no memory of God will be turned into the underworld. (Sheol h7585)
18 କାରଣ ଦୀନହୀନ ସର୍ବଦା ବିସ୍ମୃତ ନୋହିବ, ଅବା ଦରିଦ୍ରର ପ୍ରତ୍ୟାଶା ସର୍ବଦା ବିନଷ୍ଟ ନୋହିବ।
For the poor will not be without help; the hopes of those in need will not be crushed for ever.
19 ହେ ସଦାପ୍ରଭୋ, ଉଠ; ମନୁଷ୍ୟକୁ ପ୍ରବଳ ହେବାକୁ ଦିଅ ନାହିଁ; ଗୋଷ୍ଠୀୟମାନେ ତୁମ୍ଭ ସାକ୍ଷାତରେ ବିଚାରିତ ହେଉନ୍ତୁ।
Up! O Lord; let not man overcome you: let the nations be judged before you.
20 ହେ ସଦାପ୍ରଭୋ, ସେମାନଙ୍କୁ ଭୟଗ୍ରସ୍ତ କର; ଗୋଷ୍ଠୀୟମାନେ ଆପଣାମାନଙ୍କୁ ମନୁଷ୍ୟ ମାତ୍ର ବୋଲି ଜାଣନ୍ତୁ। (ସେଲା)
Put them in fear, O Lord, so that the nations may see that they are only men. (Selah)

< ଗୀତସଂହିତା 9 >