< ଗୀତସଂହିତା 90 >

1 ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପ୍ରାର୍ଥନା। ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।
תפלה למשה איש האלהים אדני מעון אתה היית לנו בדר ודר׃
2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
בטרם הרים ילדו ותחולל ארץ ותבל ומעולם עד עולם אתה אל׃
3 ତୁମ୍ଭେ ମର୍ତ୍ତ୍ୟକୁ ଧୂଳିରେ ଲୀନ କରୁଅଛ। ପୁଣି, କହୁଅଛ, “ହେ ମନୁଷ୍ୟ-ସନ୍ତାନଗଣ, ଫେର।”
תשב אנוש עד דכא ותאמר שובו בני אדם׃
4 କାରଣ ତୁମ୍ଭ ଦୃଷ୍ଟିରେ ସହସ୍ର ବର୍ଷ ଗତ କାଲିର ତୁଲ୍ୟ ଓ ରାତ୍ରିର ଏକ ପ୍ରହରର ସମାନ।
כי אלף שנים בעיניך כיום אתמול כי יעבר ואשמורה בלילה׃
5 ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।
זרמתם שנה יהיו בבקר כחציר יחלף׃
6 ପ୍ରାତଃକାଳରେ ତାହା ସତେଜ ହୋଇ ବଢ଼ଇ; ସନ୍ଧ୍ୟାକାଳରେ ତାହା କଟାଯାଇ ଶୁଖଇ।
בבקר יציץ וחלף לערב ימולל ויבש׃
7 କାରଣ ତୁମ୍ଭ କ୍ରୋଧରେ ଆମ୍ଭେମାନେ କ୍ଷୟ ପାଉ, ପୁଣି, ତୁମ୍ଭ କୋପରେ ଆମ୍ଭେମାନେ ବ୍ୟସ୍ତ ହେଉ।
כי כלינו באפך ובחמתך נבהלנו׃
8 ତୁମ୍ଭେ ଆମ୍ଭମାନଙ୍କ ଅପରାଧ ଆପଣା ସମ୍ମୁଖରେ, ଆମ୍ଭମାନଙ୍କ ଗୁପ୍ତ ପାପ ଆପଣା ମୁଖର ଦୀପ୍ତିରେ ରଖିଅଛ।
שת עונתינו לנגדך עלמנו למאור פניך׃
9 କାରଣ ଆମ୍ଭମାନଙ୍କର ସକଳ ଦିନ ତୁମ୍ଭ କୋପରେ ବହିଯାଏ; କଥିତ କାହାଣୀ ପରି ଆମ୍ଭେମାନେ ଆପଣା ଆପଣା ବର୍ଷ ସମାପ୍ତ କରୁଥାଉ।
כי כל ימינו פנו בעברתך כלינו שנינו כמו הגה׃
10 ଆମ୍ଭମାନଙ୍କ ଆୟୁର ପରିମାଣ ସତୁରି ବର୍ଷ, ଅବା ବଳ ସକାଶୁ ଅଶୀ ବର୍ଷ ହୁଏ; ତଥାପି ତହିଁର ବଳ ଓ ପରିଶ୍ରମ ଦୁଃଖ ମାତ୍ର; କାରଣ ତାହା ଶୀଘ୍ର ବହିଯାଏ ଓ ଆମ୍ଭେମାନେ ଉଡ଼ିଯାଉ।
ימי שנותינו בהם שבעים שנה ואם בגבורת שמונים שנה ורהבם עמל ואון כי גז חיש ונעפה׃
11 ତୁମ୍ଭ କ୍ରୋଧର ପ୍ରବଳତା ଓ ତୁମ୍ଭ ପ୍ରତି ଉପଯୁକ୍ତ ଭୟ ପ୍ରମାଣେ ତୁମ୍ଭର କୋପ କିଏ ବୁଝେ?
מי יודע עז אפך וכיראתך עברתך׃
12 ଯେପରି ଆମ୍ଭେମାନେ ଜ୍ଞାନବିଶିଷ୍ଟ ଅନ୍ତଃକରଣ ପାଇ ପାରିବୁ, ଏଥିପାଇଁ ଆମ୍ଭମାନଙ୍କୁ ଆପଣା ଆପଣା ଦିନର ଗଣନା କରିବାକୁ ଶିକ୍ଷା ଦିଅ।
למנות ימינו כן הודע ונבא לבב חכמה׃
13 ହେ ସଦାପ୍ରଭୋ, ଫେର; କେତେ କାଳ? ଆପଣା ଦାସମାନଙ୍କ ପ୍ରତି ପ୍ରସନ୍ନ ହୁଅ।
שובה יהוה עד מתי והנחם על עבדיך׃
14 ପ୍ରଭାତରେ ଆମ୍ଭମାନଙ୍କୁ ତୁମ୍ଭ ଦୟାରେ ତୃପ୍ତ କର; ତହିଁରେ ଆମ୍ଭେମାନେ ଯାବଜ୍ଜୀବନ ହୃଷ୍ଟ ଓ ଆନନ୍ଦିତ ହେବା।
שבענו בבקר חסדך ונרננה ונשמחה בכל ימינו׃
15 ଯେତେ ଦିନ ଆମ୍ଭମାନଙ୍କୁ ଦୁଃଖ ଦେଇଅଛ ଓ ଯେତେ ବର୍ଷ ଆମ୍ଭେମାନେ ଅମଙ୍ଗଳ ଦେଖିଅଛୁ, ତଦନୁସାରେ ଆମ୍ଭମାନଙ୍କୁ ଆନନ୍ଦିତ କର।
שמחנו כימות עניתנו שנות ראינו רעה׃
16 ତୁମ୍ଭ ଦାସଗଣ ପ୍ରତି ତୁମ୍ଭର କର୍ମ ଓ ସେମାନଙ୍କ ସନ୍ତାନଗଣ ପ୍ରତି ତୁମ୍ଭର ମହିମା ପ୍ରକାଶିତ ହେଉ।
יראה אל עבדיך פעלך והדרך על בניהם׃
17 ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ସୌନ୍ଦର୍ଯ୍ୟ ଆମ୍ଭମାନଙ୍କ ଉପରେ ଅଧିଷ୍ଠାନ କରୁ; ଆଉ, ତୁମ୍ଭେ ଆମ୍ଭମାନଙ୍କ ହସ୍ତକୃତ କର୍ମ ଆମ୍ଭମାନଙ୍କ ପକ୍ଷରେ ସ୍ଥାୟୀ କର; ହଁ, ଆମ୍ଭମାନଙ୍କର ହସ୍ତକୃତ କର୍ମ ତୁମ୍ଭେ ସ୍ଥାୟୀ କର।
ויהי נעם אדני אלהינו עלינו ומעשה ידינו כוננה עלינו ומעשה ידינו כוננהו׃

< ଗୀତସଂହିତା 90 >