< ଗୀତସଂହିତା 91 >
1 ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।
Yüceler Yücesi'nin barınağında oturan, Her Şeye Gücü Yeten'in gölgesinde barınır.
2 ମୁଁ ସଦାପ୍ରଭୁଙ୍କ ବିଷୟରେ କହିବି, “ସେ ମୋହର ଆଶ୍ରୟ ଓ ମୋହର ଦୁର୍ଗ; ମୋହର ପରମେଶ୍ୱର, ମୁଁ ତାହାଙ୍କଠାରେ ନିର୍ଭର ରଖେ।”
“O benim sığınağım, kalemdir” derim RAB için, “Tanrım'dır, O'na güvenirim.”
3 କାରଣ ସେ ତୁମ୍ଭକୁ ବ୍ୟାଧର ଫାନ୍ଦରୁ ଓ ସର୍ବନାଶକ ମହାମାରୀରୁ ରକ୍ଷା କରିବେ।
Çünkü O seni avcı tuzağından, Ölümcül hastalıktan kurtarır.
4 ସେ ଆପଣା ପକ୍ଷରେ ତୁମ୍ଭକୁ ଆବୋରିବେ ଓ ତାହାଙ୍କ ଡେଣା ତଳେ ତୁମ୍ଭେ ଆଶ୍ରୟ ନେବ; ତାହାଙ୍କ ସତ୍ୟତା ଢାଲ ଓ ଫଳକ ସ୍ୱରୂପ ଅଟେ।
Seni kanatlarının altına alır, Onların altına sığınırsın. O'nun sadakati senin kalkanın, siperin olur.
5 ତୁମ୍ଭେ ରାତ୍ରିର ତ୍ରାସ, କିଅବା ଦିବସର ଉଡ଼ନ୍ତା ତୀର,
Ne gecenin dehşetinden korkarsın, Ne gündüz uçan oktan, Ne karanlıkta dolaşan hastalıktan, Ne de öğleyin yok eden kırgından.
6 ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।
7 ତୁମ୍ଭ ପାର୍ଶ୍ୱରେ ସହସ୍ର ଓ ତୁମ୍ଭ ଦକ୍ଷିଣ ପାଖରେ ଅୟୁତ ଲୋକ ପଡ଼ିବେ; ମାତ୍ର ତାହା ତୁମ୍ଭ କତିକି ଆସିବ ନାହିଁ।
Yanında bin kişi, Sağında on bin kişi kırılsa bile, Sana dokunmaz.
8 ତୁମ୍ଭେ କେବଳ ସ୍ୱଚକ୍ଷୁରେ ନିରୀକ୍ଷଣ କରିବ ଓ ଦୁଷ୍ଟମାନଙ୍କର ପ୍ରତିଫଳ ଦେଖିବ।
Sen yalnız kendi gözlerinle seyredecek, Kötülerin cezasını göreceksin.
9 କାରଣ ହେ ସଦାପ୍ରଭୋ, ତୁମ୍ଭେ ମୋହର ଆଶ୍ରୟ। ସର୍ବୋପରିସ୍ଥଙ୍କୁ ତୁମ୍ଭେ ଆପଣା ବାସସ୍ଥାନ କରିଅଛ।
Sen RAB'bi kendine sığınak, Yüceler Yücesi'ni konut edindiğin için,
10 ତୁମ୍ଭକୁ କୌଣସି ବିପଦ ଘଟିବ ନାହିଁ, କିଅବା କୌଣସି ମାରୀ ତୁମ୍ଭ ତମ୍ବୁ ନିକଟକୁ ଆସିବ ନାହିଁ।
Başına kötülük gelmeyecek, Çadırına felaket yaklaşmayacak.
11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
Çünkü Tanrı meleklerine buyruk verecek, Gideceğin her yerde seni korusunlar diye.
12 ତୁମ୍ଭ ଚରଣ ଯେପରି ପଥରରେ ନ ବାଜିବ, ଏଥିପାଇଁ ସେମାନେ ସ୍ୱହସ୍ତରେ ତୁମ୍ଭକୁ ବହିବେ।
Elleri üzerinde taşıyacaklar seni, Ayağın bir taşa çarpmasın diye.
13 ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
Aslanın, kobranın üzerine basıp geçeceksin, Genç aslanı, yılanı çiğneyeceksin.
14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
“Beni sevdiği için Onu kurtaracağım” diyor RAB, “Beni iyi tanıdığı için Ona kale olacağım.
15 ସେ ଆମ୍ଭ ନିକଟରେ ପ୍ରାର୍ଥନା କଲେ, ଆମ୍ଭେ ତାହାକୁ ଉତ୍ତର ଦେବା; ଦୁଃଖ ବେଳେ ଆମ୍ଭେ ତାହାର ସହବର୍ତ୍ତୀ ହେବା; ଆମ୍ଭେ ତାହାକୁ ରକ୍ଷା କରିବା ଓ ତାହାକୁ ସମ୍ଭ୍ରମ କରିବା।
Bana seslenince onu yanıtlayacağım, Sıkıntıda onun yanında olacağım, Kurtarıp yücelteceğim onu.
16 ଆମ୍ଭେ ଦୀର୍ଘାୟୁ ଦେଇ ତାହାକୁ ତୃପ୍ତ କରିବା ଓ ଆମ୍ଭର ପରିତ୍ରାଣ ତାହାକୁ ଦେଖାଇବା।
Onu uzun ömürle doyuracak, Ona kurtarışımı göstereceğim.”