< ଗୀତସଂହିତା 92 >

1 ଗୀତ: ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
מזמור שיר ליום השבת טוב להדות ליהוה ולזמר לשמך עליון׃
2 ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,
להגיד בבקר חסדך ואמונתך בלילות׃
3 ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।
עלי עשור ועלי נבל עלי הגיון בכנור׃
4 ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।
כי שמחתני יהוה בפעלך במעשי ידיך ארנן׃
5 ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।
מה גדלו מעשיך יהוה מאד עמקו מחשבתיך׃
6 ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;
איש בער לא ידע וכסיל לא יבין את זאת׃
7 ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।
בפרח רשעים כמו עשב ויציצו כל פעלי און להשמדם עדי עד׃
8 ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।
ואתה מרום לעלם יהוה׃
9 କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।
כי הנה איביך יהוה כי הנה איביך יאבדו יתפרדו כל פעלי און׃
10 ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।
ותרם כראים קרני בלתי בשמן רענן׃
11 ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।
ותבט עיני בשורי בקמים עלי מרעים תשמענה אזני׃
12 ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।
צדיק כתמר יפרח כארז בלבנון ישגה׃
13 ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।
שתולים בבית יהוה בחצרות אלהינו יפריחו׃
14 ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;
עוד ינובון בשיבה דשנים ורעננים יהיו׃
15 ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।
להגיד כי ישר יהוה צורי ולא עלתה בו׃

< ଗୀତସଂହିତା 92 >