< ଗୀତସଂହିତା 93 >

1 ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
The LORD reigns, he is clothed with majesty; the LORD is clothed with strength, with which he has girded himself: the world also is established, that it cannot be moved.
2 ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।
Your throne is established of old: you are from everlasting.
3 ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
The floods have lifted up, O LORD, the floods have lifted up their voice; the floods lift up their waves.
4 ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
The LORD on high is mightier than the noise of many waters, yes, than the mighty waves of the sea.
5 ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
Your testimonies are very sure: holiness becomes your house, O LORD, for ever.

< ଗୀତସଂହିତା 93 >