< ଗୀତସଂହିତା 94 >

1 ହେ ସଦାପ୍ରଭୋ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ଆପଣା କ୍ରୋଧ ଦେଖାଅ।
LORD, you God to whom vengeance belongs, you God to whom vengeance belongs, shine out.
2 ହେ ପୃଥିବୀର ବିଚାରକର୍ତ୍ତା, ଉଠ; ଅହଙ୍କାରୀମାନଙ୍କୁ ସେମାନଙ୍କ କର୍ମାନୁସାରେ ପ୍ରତିଫଳ ଦିଅ।
Rise up, you judge of the earth. Pay back the proud what they deserve.
3 ହେ ସଦାପ୍ରଭୋ, ଦୁଷ୍ଟମାନେ କେତେ କାଳ, ଦୁଷ୍ଟମାନେ କେତେ କାଳ ଜୟଧ୍ୱନି କରିବେ?
LORD, how long will the wicked, how long will the wicked triumph?
4 ସେମାନେ କେତେ କାଳ ଅହଙ୍କାରରେ କଥା ଉଚ୍ଚାରଣ କରି କହିବେ? ଅଧର୍ମାଚାରୀ ସମସ୍ତେ ଦର୍ପ କରନ୍ତି।
They pour out arrogant words. All the evildoers boast.
5 ହେ ସଦାପ୍ରଭୋ, ସେମାନେ ତୁମ୍ଭ ଲୋକମାନଙ୍କୁ ଚୂର୍ଣ୍ଣ କରନ୍ତି ଓ ତୁମ୍ଭ ଅଧିକାରକୁ କ୍ଳେଶ ଦିଅନ୍ତି।
They break your people in pieces, LORD, and afflict your heritage.
6 ସେମାନେ ବିଧବା, ବିଦେଶୀକୁ ବଧ କରନ୍ତି ଓ ପିତୃହୀନମାନଙ୍କୁ ହତ୍ୟା କରନ୍ତି।
They kill the widow and the alien, and murder the fatherless.
7 ପୁଣି, “ସଦାପ୍ରଭୁ ଦେଖିବେ ନାହିଁ, କିଅବା ଯାକୁବର ପରମେଶ୍ୱର ବିବେଚନା କରିବେ ନାହିଁ, ଏହା ସେମାନେ କହନ୍ତି।”
They say, “The LORD will not see, neither will Jacob’s God consider.”
8 ହେ ଲୋକଙ୍କ ମଧ୍ୟରେ ପଶୁବତ୍‍ ଲୋକେ, ତୁମ୍ଭେମାନେ ବିବେଚନା କର; ହେ ମୂଢ଼ଗଣ, ତୁମ୍ଭେମାନେ କେବେ ଜ୍ଞାନବାନ ହେବ?
Consider, you senseless among the people; you fools, when will you be wise?
9 ଯେ କର୍ଣ୍ଣ ରୋପଣ କଲେ, ସେ କି ଶୁଣିବେ ନାହିଁ? ଯେ ଚକ୍ଷୁ ଗଢ଼ିଲେ, ସେ କି ଦେଖିବେ ନାହିଁ?
He who implanted the ear, won’t he hear? He who formed the eye, won’t he see?
10 ଯେ ଗୋଷ୍ଠୀବର୍ଗକୁ ଶାସନ କରନ୍ତି, ଯେ ମନୁଷ୍ୟକୁ ଜ୍ଞାନ ଶିକ୍ଷା ଦିଅନ୍ତି, ସେ କି ଶାସ୍ତି ଦେବେ ନାହିଁ?
He who disciplines the nations, won’t he punish? He who teaches man knows.
11 ମନୁଷ୍ୟର କଳ୍ପନାସବୁ ଅସାର ବୋଲି ସଦାପ୍ରଭୁ ଜାଣନ୍ତି।
The LORD knows the thoughts of man, that they are futile.
12 ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,
Blessed is the man whom you discipline, LORD, and teach out of your law,
13 ତୁମ୍ଭେ ଯାହାକୁ ଶାସନ କର ଓ ଆପଣା ବ୍ୟବସ୍ଥାରୁ ଶିକ୍ଷା ଦିଅ, ସେ ଲୋକ ଧନ୍ୟ।
that you may give him rest from the days of adversity, until the pit is dug for the wicked.
14 କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ, କିଅବା ଆପଣା ଅଧିକାର ପରିତ୍ୟାଗ କରିବେ ନାହିଁ।
For the LORD won’t reject his people, neither will he forsake his inheritance.
15 ଯେହେତୁ ଶାସନ ଧର୍ମ ପକ୍ଷରେ ବାହୁଡ଼ିବ; ପୁଣି, ସରଳାନ୍ତଃକରଣ ଲୋକ ସମସ୍ତେ ତହିଁର ଅନୁଗାମୀ ହେବେ।
For judgment will return to righteousness. All the upright in heart shall follow it.
16 କିଏ ମୋହର ସପକ୍ଷ ହୋଇ କୁକର୍ମକାରୀମାନଙ୍କ ବିରୁଦ୍ଧରେ ଉଠିବ? କିଏ ମୋହର ସପକ୍ଷ ହୋଇ ଅଧର୍ମାଚାରୀମାନଙ୍କ ବିରୁଦ୍ଧରେ ଠିଆ ହେବ?
Who will rise up for me against the wicked? Who will stand up for me against the evildoers?
17 ସଦାପ୍ରଭୁ ମୋହର ସହାୟ ହୋଇ ନ ଥିଲେ ମୋହର ପ୍ରାଣ ଶୀଘ୍ର ନୀରବ ସ୍ଥାନରେ ବାସ କରିଥାʼନ୍ତା।
Unless the LORD had been my help, my soul would have soon lived in silence.
18 “ମୋହର ପାଦ ଖସି ଯାଉଛି” ବୋଲି କହିଲା ବେଳେ, ହେ ସଦାପ୍ରଭୋ, ତୁମ୍ଭର ଦୟା ମୋତେ ଧରି ରଖିଲା।
When I said, “My foot is slipping!” Your loving kindness, LORD, held me up.
19 ମୋʼ ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋʼ ପ୍ରାଣକୁ ଆହ୍ଲାଦିତ କରେ।
In the multitude of my thoughts within me, your comforts delight my soul.
20 ବିଧାନ ଦ୍ୱାରା ଉପଦ୍ରବ-ରଚନାକାରୀ ଦୁଷ୍ଟତାରୂପ ସିଂହାସନର କି ତୁମ୍ଭ ସଙ୍ଗେ ସମ୍ବନ୍ଧତା ହେବ?
Shall the throne of wickedness have fellowship with you, which brings about mischief by statute?
21 ସେମାନେ ଧାର୍ମିକର ପ୍ରାଣ ପ୍ରତିକୂଳରେ ଦଳବଦ୍ଧ ହୁଅନ୍ତି ଓ ନିର୍ଦ୍ଦୋଷ ରକ୍ତକୁ ଦୋଷୀ କରନ୍ତି।
They gather themselves together against the soul of the righteous, and condemn the innocent blood.
22 ମାତ୍ର ସଦାପ୍ରଭୁ ମୋହର ଉଚ୍ଚ ଦୁର୍ଗ ଓ ମୋʼ ପରମେଶ୍ୱର ମୋହର ଆଶ୍ରୟ ଶୈଳ ହୋଇଅଛନ୍ତି।
But the LORD has been my high tower, my God, the rock of my refuge.
23 ପୁଣି, ସେ ଦୁଷ୍ଟତା ଲୋକମାନଙ୍କ ଅଧର୍ମ ସେମାନଙ୍କ ଉପରେ ବର୍ତ୍ତାଇଅଛନ୍ତି, ଆଉ ସେମାନଙ୍କ ନିଜ ଦୁଷ୍ଟତାରେ ସେମାନଙ୍କୁ ଉଚ୍ଛିନ୍ନ କରିବେ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଉଚ୍ଛିନ୍ନ କରିବେ।
He has brought on them their own iniquity, and will cut them off in their own wickedness. The LORD, our God, will cut them off.

< ଗୀତସଂହିତା 94 >