< ଗୀତସଂହିତା 95 >

1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Veníd, alegrémosnos en Jehová: cantemos con júbilo a la Roca de nuestra salud.
2 ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ୱାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Anticipemos su rostro con alabanza: cantémosle alegres con salmos.
3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
Porque Jehová es Dios grande; y Rey grande sobre todos los dioses.
4 ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର।
Porque en su mano están las profundidades de la tierra: y las alturas de los montes son suyas.
5 ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ।
Porque suya es la mar, y él la hizo: y sus manos formaron la seca.
6 ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁ;
Veníd, postrémosnos, y encorvémosnos, arrodillémonos delante de Jehová nuestro hacedor.
7 କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର, ପୁଣି, ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ। ଆହା, ଯଦି ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ।
Porque él es nuestro Dios: y nosotros el pueblo de su pasto, y ovejas de su mano. Si hoy oyereis su voz,
8 ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
No endurezcáis vuestro corazón como en Meriba: como el día de Masa en el desierto,
9 ସେସମୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
Donde me tentaron vuestros padres, probáronme, también vieron mi obra.
10 ଆମ୍ଭେ ଚାଳିଶ ବର୍ଷ ଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, “ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତି;”
Cuarenta años combatí con la nación: y dije: Pueblo son que yerran de corazón, que no han conocido mis caminos:
11 ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।
Por tanto yo juré en mi furor: No entrarán en mi holganza.

< ଗୀତସଂହିତା 95 >