< ଗୀତସଂହିତା 96 >
1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
O sing to Jehovah a new song; Sing to Jehovah, all the earth!
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
Sing to Jehovah; praise his name, Show forth his salvation from day to day!
3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Proclaim his glory among the nations, His wonders among all people!
4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
For Jehovah is great, and greatly to be praised; He is to be feared above all gods.
5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
For all the gods of the nations are idols; But Jehovah made the heavens.
6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
Honor and majesty are before him; Glory and beauty are in his holy abode.
7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Give to Jehovah, ye tribes of the people, Give to Jehovah glory and praise!
8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
Give to Jehovah the glory due to his name; Bring an offering, and come into his courts!
9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
O worship Jehovah in holy attire! Tremble before him, all the earth!
10 “ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
Say among the nations, Jehovah is king; The world shall stand firm; it shall not be moved; He will judge the nations in righteousness.
11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Let the heavens be glad, and the earth rejoice; Let the sea roar, and the fulness thereof;
12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
Let the fields be joyful, with all that is therein; Let all the trees of the forest rejoice
13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
Before Jehovah! for he cometh, He cometh to judge the earth! He will judge the world with justice, And the nations with faithfulness.