< ଗୀତସଂହିତା 96 >
1 ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
Mwimbieni Bwana wimbo mpya; mwimbieni Bwana dunia yote.
2 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର।
Mwimbieni Bwana, lisifuni jina lake; tangazeni wokovu wake siku baada ya siku.
3 ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର।
Tangazeni utukufu wake katikati ya mataifa, matendo yake ya ajabu miongoni mwa mataifa yote.
4 କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ।
Kwa kuwa Bwana ni mkuu mwenye kustahili kusifiwa kuliko wote; yeye ni wa kuogopwa kuliko miungu yote.
5 କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା।
Kwa maana miungu yote ya mataifa ni sanamu, lakini Bwana aliziumba mbingu.
6 ସମ୍ଭ୍ରମ ଓ ମହିମା ତାହାଙ୍କର ସମ୍ମୁଖବର୍ତ୍ତୀ; ଶକ୍ତି ଓ ଶୋଭା ତାହାଙ୍କ ଧର୍ମଧାମରେ ବିଦ୍ୟମାନ।
Fahari na enzi viko mbele yake; nguvu na utukufu vimo patakatifu pake.
7 ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର।
Mpeni Bwana, enyi jamaa za mataifa, mpeni Bwana utukufu na nguvu.
8 ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ।
Mpeni Bwana utukufu unaostahili jina lake; leteni sadaka na mje katika nyua zake.
9 ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ।
Mwabuduni Bwana katika uzuri wa utakatifu wake; dunia yote na itetemeke mbele zake.
10 “ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
Katikati ya mataifa semeni, “Bwana anatawala.” Ulimwengu ameuweka imara, hauwezi kusogezwa; atawahukumu watu kwa uadilifu.
11 ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ;
Mbingu na zishangilie, nchi na ifurahi; bahari na ivume, na vyote vilivyomo ndani yake;
12 କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ;
mashamba na yashangilie, pamoja na vyote vilivyomo ndani yake. Kisha miti yote ya msituni itaimba kwa furaha;
13 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।
itaimba mbele za Bwana kwa maana anakuja, anakuja kuihukumu dunia. Ataihukumu dunia kwa haki, na mataifa katika kweli yake.