< ଗୀତସଂହିତା 97 >

1 ସଦାପ୍ରଭୁ ରାଜ୍ୟ କରନ୍ତି; ପୃଥିବୀ ଉଲ୍ଲାସ କରୁ; ଦ୍ୱୀପସମୂହ ଆନନ୍ଦିତ ହେଉନ୍ତୁ।
Jahve kraljuje: neka kliče zemlja, nek' se vesele otoci mnogi!
2 ମେଘମାଳ ଓ ଅନ୍ଧକାର ତାହାଙ୍କ ଚତୁର୍ଦ୍ଦିଗରେ ଥାଏ; ଧର୍ମ ଓ ବିଚାର ତାହାଙ୍କ ସିଂହାସନର ଭିତ୍ତିମୂଳ।
Oblak i tama ovijaju njega, pravda i pravo temelji su prijestolja njegova.
3 ତାହାଙ୍କ ସମ୍ମୁଖରେ ଅଗ୍ନି ଗମନ କରେ ଓ ତାହାଙ୍କ ଚତୁର୍ଦ୍ଦିଗସ୍ଥ ଶତ୍ରୁଗଣକୁ ଦଗ୍ଧ କରେ।
Oganj ide pred njim i sažiže okolo dušmane njegove.
4 ତାହାଙ୍କ ବିଜୁଳି ଜଗତକୁ ଦୀପ୍ତିମାନ କଲା; ପୃଥିବୀ ଦେଖି କମ୍ପିଲା।
Munje mu svijet osvjetljuju; zemlja to vidi i strepi.
5 ପର୍ବତଗଣ ସଦାପ୍ରଭୁଙ୍କ ଛାମୁରେ ମହମ ପରି ତରଳି ଗଲେ, ସମୁଦାୟ ପୃଥିବୀ ପ୍ରଭୁଙ୍କ ଛାମୁରେ ତରଳି ଗଲେ।
Brda se tope pred Jahvom k'o vosak, pred vladarom zemlje sve.
6 ଆକାଶମଣ୍ଡଳ ତାହାଙ୍କ ଧର୍ମ ପ୍ରଚାର କରଇ ଓ ସମୁଦାୟ ଗୋଷ୍ଠୀ ତାହାଙ୍କ ମହିମା ଦେଖିଅଛନ୍ତି।
Nebesa navješćuju pravednost njegovu, svi narodi gledaju mu slavu.
7 ଖୋଦିତ ପ୍ରତିମାଗଣର ସେବକ ସମସ୍ତେ ଓ ଦେବତାଗଣର ଦର୍ପକାରୀ ସମସ୍ତେ ଲଜ୍ଜିତ ହେଉନ୍ତୁ; ହେ ସମସ୍ତ ଦେବତାଗଣ, ତୁମ୍ଭେମାନେ ତାହାଙ୍କୁ ପ୍ରଣାମ କର।
Nek' se postide svi što likove štuju i koji se hvale kumirima. Poklonite mu se, svi bozi!
8 ହେ ସଦାପ୍ରଭୋ, ତୁମ୍ଭ ଶାସନ ବିଷୟ ସିୟୋନ ଶୁଣି ଆନନ୍ଦିତ ହେଲା ଓ ଯିହୁଦାର କନ୍ୟାଗଣ ଉଲ୍ଲସିତ ହେଲେ।
Sion radostan sluša, gradovi Judini kliču zbog tvojih sudova, o Jahve!
9 କାରଣ ହେ ସଦାପ୍ରଭୋ, ତୁମ୍ଭେ ସମୁଦାୟ ପୃଥିବୀରେ ସର୍ବୋପରିସ୍ଥ; ତୁମ୍ଭେ ସକଳ ଦେବ ଉପରେ ଅତିଶୟ ଉନ୍ନତ।
Jer ti si, o Jahve, Svevišnji - nad svom zemljom, visoko, visoko nad bozima svima.
10 ହେ ସଦାପ୍ରଭୁଙ୍କ ପ୍ରେମକାରୀଗଣ, ତୁମ୍ଭେମାନେ ମନ୍ଦତା ଘୃଣା କର; ସେ ଆପଣା ସଦ୍‍ଭକ୍ତମାନଙ୍କ ପ୍ରାଣ ରକ୍ଷା କରନ୍ତି। ସେ ସେମାନଙ୍କୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରନ୍ତି;
Jahve ljubi one koji mrze na zlo, on čuva duše pobožnika svojih, izbavlja ih iz ruku opakih.
11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Svjetlost sviće pravedniku i radost čestitima u srcu.
12 ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ପୁଣି, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର।
Radujte se, pravednici, u Jahvi, slavite sveto ime njegovo!

< ଗୀତସଂହିତା 97 >