< ଗୀତସଂହିତା 98 >

1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
מזמור שירו ליהוה שיר חדש כי נפלאות עשה הושיעה לו ימינו וזרוע קדשו׃
2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
הודיע יהוה ישועתו לעיני הגוים גלה צדקתו׃
3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
זכר חסדו ואמונתו לבית ישראל ראו כל אפסי ארץ את ישועת אלהינו׃
4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
הריעו ליהוה כל הארץ פצחו ורננו וזמרו׃
5 ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
זמרו ליהוה בכנור בכנור וקול זמרה׃
6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
בחצצרות וקול שופר הריעו לפני המלך יהוה׃
7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
ירעם הים ומלאו תבל וישבי בה׃
8 ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;
נהרות ימחאו כף יחד הרים ירננו׃
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
לפני יהוה כי בא לשפט הארץ ישפט תבל בצדק ועמים במישרים׃

< ଗୀତସଂହିତା 98 >