< ଗୀତସଂହିତା 98 >

1 ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।
Zaburi. Mwimbieni Bwana wimbo mpya, kwa maana ametenda mambo ya ajabu; kitanga chake cha kuume na mkono wake mtakatifu umemfanyia wokovu.
2 ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।
Bwana ameufanya wokovu wake ujulikane na amedhihirisha haki yake kwa mataifa.
3 ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।
Ameukumbuka upendo wake na uaminifu wake kwa nyumba ya Israeli; miisho yote ya dunia imeuona wokovu wa Mungu wetu.
4 ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
Mpigieni Bwana kelele za shangwe, dunia yote, ipaze sauti kwa nyimbo za shangwe na vinanda;
5 ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
mwimbieni Bwana kwa kinubi, kwa kinubi na sauti za kuimba,
6 ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।
kwa tarumbeta na mvumo wa baragumu za pembe za kondoo dume: shangilieni kwa furaha mbele za Bwana, aliye Mfalme.
7 ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
Bahari na ivume na kila kiliomo ndani yake, dunia na wote wakaao ndani yake.
8 ନଦ-ନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;
Mito na ipige makofi, milima na iimbe pamoja kwa furaha,
9 ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।
vyote na viimbe mbele za Bwana, kwa maana yuaja kuhukumu dunia. Atahukumu dunia kwa haki na mataifa kwa haki.

< ଗୀତସଂହିତା 98 >