< ଗୀତସଂହିତା 99 >

1 ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।
psalmus David Dominus regnavit irascantur populi qui sedet super cherubin moveatur terra
2 ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।
Dominus in Sion magnus et excelsus est super omnes populos
3 ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।
confiteantur nomini tuo magno quoniam terribile et sanctum est
4 ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।
et honor regis iudicium diligit tu parasti directiones iudicium et iustitiam in Iacob tu fecisti
5 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।
exaltate Dominum Deum nostrum et adorate scabillum pedum eius quoniam sanctum est
6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Moses et Aaron in sacerdotibus eius et Samuhel inter eos qui invocant nomen eius invocabant Dominum et ipse exaudiebat illos
7 ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।
in columna nubis loquebatur ad eos custodiebant testimonia eius et praeceptum quod dedit illis
8 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।
Domine Deus noster tu exaudiebas illos Deus tu propitius fuisti eis et ulciscens in omnes adinventiones eorum
9 ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
exaltate Dominum Deum nostrum et adorate in monte sancto eius quoniam sanctus Dominus Deus noster

< ଗୀତସଂହିତା 99 >